ମନୋଜ ସାହୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ନିଯୁକ୍ତ

ଡେସ୍କ: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ସଚିବ ସ୍ଥରରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ମନୋଜ ସାହୁଙ୍କୁ ନିଯୁକ୍ତି ଦିଆଯାଇଛି। ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ୨୦୦୬ ବ୍ୟାଚର ଆଇଏଏସ ଅଧିକାରୀ ମନୋଜ କୁମାର ସାହୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ମିଳିଛି। ଇଣ୍ଟର କ୍ୟାଡର ଡେପୁଟେସନରେ ଆସିଥିବା ଆଇଏଏସ ମନୋଜ କୁମାର ସାହୁଙ୍କୁ, ଅରିନ୍ଦମ ଡାକୁଆଙ୍କ ସ୍ଥାନରେ ନିଯୁକ୍ତି ଦିଆଯାଇଛି। ଶ୍ରୀ ସାହୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ସ୍ୱତନ୍ତ୍ର ସଚିବ ଭାବେ କାର୍ଯ୍ୟ କରୁଥିଲେ।

Comments are closed.