www.samajalive.in
Monday, December 15, 2025
26.1 C
Bhubaneswar

ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ : ବଦଳିଲେ ୧୯ ଜିଲାପାଳ

ଭୁବନେଶ୍ଵର: ରାଜ୍ୟ ସରକାର ବୁଧବାର ରାତିରେ  ଆଇଏଏସ୍ ସ୍ତରରେ ବଡଧରଣର ଅଦଳବଦଳ କରିଛନ୍ତି।  ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ  ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ୨୨ଜଣ  ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଓ ୪ ଜଣ ବରିଷ୍ଠ ଓଏଏସ୍ ଅଧିକାରୀଙ୍କ ବିଭାଗ ଓ ଦାୟିତ୍ଵରେ ଅଦଳବଦଳ ହୋଇଛି। ଏଥିରେ ୧୯ ଜିଲ୍ଲାପାଳଙ୍କ ଅଦଳବଦଳ କରାଯାଇଛି। ରାଜସ୍ଵ ପରିଷଦ ସଚିବ ଡ. ବିଜୟକେତନ ଉପାଧ୍ୟାୟଙ୍କୁ ଓଡ଼ିଶା ଭାଷା, ସାହିତ୍ୟ ଏବଂ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ଏହି ଦାୟିତ୍ୱରେ ଥିବା ଦିଲ୍ଲୀପ ରାଉତରାୟଙ୍କୁ ଭଦ୍ରକ ଜିଲ୍ଲାପାଳ ଭାବେ ବଦଳି ହୋଇଛି । ସେହିପରି ବାଲେଶ୍ୱର ଜିଲ୍ଲାପାଳ ଆଶିଷ ଠାକରେଙ୍କୁ ରାଜସ୍ୱ ବୋର୍ଡର ସଚିବ ଭାବେ ନୂଆ ନିଯୁକ୍ତି ପାଇଛନ୍ତି। ନବରଙ୍ଗପୁର ଜିଲ୍ଲାପାଳ କମଳ ଲୋଚନ ମିଶ୍ରଙ୍କୁ ଓସ୍ଡମାର ନିର୍ବାହୀ ନିର୍ଦ୍ଦେଶକ, ଯାଜପୁର ଜିଲ୍ଲାପାଳ ନିଖିଳ ପବନ କଲ୍ୟାଣଙ୍କୁ ମୂର୍ତ୍ତିକା ସଂରକ୍ଷଣ ଏବଂ ଜଳଛାୟା ଡିଭିଜନ ନିର୍ଦ୍ଦେଶକ, ସିଏମସି କମିଶନର ବିଜୟ କୁମାର ଦାଶଙ୍କୁ ଗଜପତି ଜିଲ୍ଲାପାଳ ଦାୟିତ୍ୱ ମିଳିଛି । ସେଠାରେ ଥିବା ସ୍ମୃତିରଞ୍ଜନ ପ୍ରଧାନଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଭାବେ ବଦଳି କରାଯାଇଛି।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories