www.samajalive.in
Tuesday, December 9, 2025
23.1 C
Bhubaneswar

ଆଇଏଏସ ସ୍ତରରେ ଅଦଳବଦଳ, ଚିତ୍ରା ଅରୁମୁଗମଙ୍କୁ ବିଜ୍ଞାନ ଓ କାରିଗରି କୌଶଳ ବିଭାଗ ପ୍ରମୁଖ ସଚିବ ଅତିରିକ୍ତ ଦାୟିତ୍ୱ 

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପକ୍ଷରୁ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ସ୍ତରରେ ଅଦଳବଦଳ କରାଯାଇଛି। ମୋଟ ୧୨ଜଣ ଆଇଏଏସ୍ ଅଫିସରଙ୍କୁ ବଦଳି କରିବା ସହ ସେମାନଙ୍କୁ ବିଭିନ୍ନ ପଦବୀରେ ନିଯୁକ୍ତି ଦିଆଯାଇଛି। ଏ ନେଇ  ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଜାରି କରାଯାଇଛି।

ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁସାରେ ଚିତ୍ରା ଅରୁମୁଗମଙ୍କୁ ଶ୍ରମ ଓ ଇଏସଆଇ ବିଭାଗର ପ୍ରମୁଖ ସଚିବ ଭାବେ ଅବସ୍ଥାପିତ କରାଯାଇଥିବାବେଳେ ତାଙ୍କୁ  ବିଜ୍ଞାନ ଓ କାରିଗରି କୌଶଳ ବିଭାଗ ପ୍ରମୁଖ ସଚିବ ଅତିରିକ୍ତ ଦାୟିତ୍ୱ  ନିର୍ବାହ କରିବାକୁ କୁହାଯାଇଛି। ସେହିପରି ଯାମିନୀ ଷଡ଼ଙ୍ଗୀଙ୍କୁ ବାଣିଜ୍ୟକର ଓ ଜିଏସଟି କମିଶନର ଭାବେ ବଦଳି କରାଯାଇଛି ଏବଂ  ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।  ଜଳସମ୍ପଦ ବିଭାଗର ଅତିରିକ୍ତ ସଚିବ ସୁଧାଂଶୁ ମୋହନ ସାମଲଙ୍କୁ ଓଡ଼ିଶା ଖଣି ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି। ଇନ୍ଦ୍ରମଣି ତ୍ରିପାଠୀଙ୍କୁ ଶ୍ରମ କମିଶନର ଭାବେ ବଦଳି କରାଯାଇଛି।

- Advertisement -

ପୋମା ଟୁଡ଼ୁଙ୍କୁ ଅନୁସୂଚିତ ଜନଜାତି ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ସେହିପରି ତ୍ରିଲୋଚନ ମାଝୀଙ୍କୁ ଗୃହ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି। ସିଦ୍ଧାର୍ଥ ଦାସଙ୍କୁ ରାଜ୍ୟ ସମବାୟ ସୋସାଇଟି ରେଜିଷ୍ଟ୍ରାର ଭାବେ ବଦଳି କରାଯାଇଛି। ବିଜୟ କୁମାର ପୃଷ୍ଟିଙ୍କୁ ଇଷ୍ଟେଟ୍ ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି ଓ ସେ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ(ଏକ୍ସଅଫିସିଓ) ଭାବେ ମଧ୍ୟ କାର୍ଯ୍ୟ କରିବେ। ସତ୍ୟବ୍ରତ ରାଉତଙ୍କୁ ପୂର୍ତ୍ତ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି।

ଆନ୍ତଃ କ୍ୟାଡ଼ର ଡେପୁଟେସନରେ ଓଡ଼ିଶା ଆସିଥିବା ମୋନିକା ପ୍ରିୟଦର୍ଶିନୀଙ୍କୁ ଓଡ଼ିଶା ଜୀବିକାମିଶନର ମିଶନ ନିର୍ଦ୍ଦେଶିକା ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ହକି ପ୍ରମୋସନ କାଉନସିଲ ଦୀପଙ୍କର ମହାପାତ୍ରଙ୍କୁ କ୍ରୀଡ଼ା ନିର୍ଦ୍ଦେଶକ ଭାବେ ବଦଳି କରାଯାଇଥିବାବେଳେ ସ୍ମିତା ରାଉତଙ୍କୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶିକା ଭାବେ ଅବସ୍ଥାପିତ କରାଯାଇଛି। ସ୍ମିତା ରାଉତ ଏବେ ଅର୍ଥ ବିଭାଗର ଅତିରିକ୍ତ ସଚିବ ଅଛନ୍ତି।

Hot this week

ସ୍ମୃତି-ପଲାଶଙ୍କ କାହିଁକି ଭାଙ୍ଗିଲା ସମ୍ପର୍କ; ସାର୍ଥୀଙ୍କ ଏହି ଭୁଲକୁ ଝିଅମାନେ କେବେ କ୍ଷମା କରନ୍ତି ନାହିଁ

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି...

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

Related Articles

Popular Categories