www.samajalive.in
Friday, December 12, 2025
27.1 C
Bhubaneswar

ଆଇସିସିର ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ

ଦୁବାଇ, ୨୩।୪: ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି)ର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏହି ​‌େ​‌ବୖଠକରେ ବିଭିନ୍ନ କ୍ରିକେଟ୍‌ ବୋର୍ଡର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀମାନେ ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ଆଲୋଚନା କରିଥିଲେ।
କରୋନା ଭୂତାଣୁ ସଂକ୍ରମଣ ଯୋଗୁଁ ବିଶ୍ବବ୍ୟାପୀ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ ଆୟୋଜନ ବନ୍ଦ ରହିଥିବା ବେଳେ ଭବିଷ୍ୟତର କାର୍ଯ୍ୟପନ୍ଥା ସ୍ଥିର କରିବାକୁ ଏହି ବୈଠକରେ ଆଲୋଚନା ହୋଇଥିଲା। ଆଇସିସି ଆନୁକୂଲ୍ୟରେ ଆୟୋଜିତ ବିଶ୍ବ ଟେଷ୍ଟ ଚମ୍ପିଆନ୍‌ସିପ ଓ ଆସନ୍ତା ଜୁନ୍‌ରୁ ଆରମ୍ଭ ହେବାକୁ ଥିବା ଦିନିକିଆ କ୍ରିକେଟ୍‌ ଲିଗ୍‌ ସଂପର୍କରେ ବୈଠକରେ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା। ତେବେ ଏହି ଦୁଇଟି ଟୁର୍ଣ୍ଣାମେଣ୍ଟ ଆୟୋଜନ ସଂପର୍କରେ କୌଣସି ପ୍ରକାର ଚୂଡ଼ାନ୍ତ ନିଷ୍ପତ୍ତି ହୋଇ ପାରିନଥିଲା। ପରିସ୍ଥିତିକୁ ଦେଖି ପରବର୍ତ୍ତୀ ବୈଠକରେ ଏ ସଂପର୍କରେ ନିଷ୍ପତ୍ତି ନିଆଯିବ ବୋଲି ଆଇସିିସି ତରଫରୁ ପ୍ରକାଶିତ ବିଜ୍ଞପ୍ତିରେ ଦର୍ଶାଯାଇଛି। ସେହିପରି ଆସନ୍ତା ଅକ୍ଟୋବରରେ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବାକୁ ଥିବା ଟ୍ବେଣ୍ଟି୨୦ ବିଶ୍ବକପ୍‌ ସଂପର୍କରେ ବୈଠକରେ ଆଲୋଚନା ହୋଇଥିଲା। ବର୍ତ୍ତମାନ ପରିସ୍ଥିତିରେ ଏହି ବିଶ୍ବକପ୍‌ ସ୍ଥଗିତ ରଖିବାର କୌଣସି ଆବଶ୍ୟକତା ନ ଥିବା ବୈଠକରେ ମତପ୍ରକାଶ ପାଇଥିବା ବିଶ୍ବସ୍ତ ସୂତ୍ରରୁ ଜଣାପଡ଼ିଛି।

Hot this week

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ୪ଜଣଙ୍କୁ ବହିଷ୍କାର କଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣାରେ ଡିଜିସିଏ...

ଭିଜିଲାନ୍ସ ନାଁରେ ଓଏଏସ୍‌ ଙ୍କୁ ଠକେଇ, ଦୁଇ ଗିରଫ

ରାଉରକେଲା : ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ...

ବାର୍ବି କ୍ୟୁ ନେସନ୍‌ରେ ନିମ୍ନମାନର ଖାଦ୍ୟ, ଲାଗିଲା ଜରିମାନା…

ନୂଆଦିଲ୍ଲୀ : ଯଦି ଆପଣ ଖାଦ୍ୟ ପ୍ରିୟ ଏବଂ ଭାବୁଛନ୍ତି ଯେ...

Related Articles

Popular Categories