www.samajalive.in
Sunday, December 14, 2025
23.1 C
Bhubaneswar

ଟି-୨୦ ବ୍ୟାଟିଂ ମାନ୍ୟତାର ଶୀର୍ଷ ସ୍ଥାନରେ ସୂର୍ଯ୍ୟକୁମାର

ଦୁବାଇ : ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ପକ୍ଷରୁ ପ୍ରକାଶିତ ଟ୍ବେଣ୍ଟି-୨୦ ବ୍ୟାଟିଂ ମାନ୍ୟତାର ଶୀର୍ଷ ସ୍ଥାନ ହାସଲ କରିଛନ୍ତି ଭାରତୀୟ ବ୍ୟାଟସମ୍ୟାନ୍ ସୂର୍ଯ୍ୟ କୁମାର ଯାଦବ। ପାକିସ୍ତାନ ଓପନର୍‌ ମହମ୍ମଦ ରିଜୱାନ୍‌ଙ୍କୁ ପଛରେ ପକାଇ ସୂର୍ଯ୍ୟକୁମାର ଶୀର୍ଷ ସ୍ଥାନ ଦଖଲ କରିଛନ୍ତି । ସୂର୍ଯ୍ୟକୁମାର ୮୬୩ ପଏଣ୍ଟ ସହ ଶୀର୍ଷ ସ୍ଥାନରେ ରହିଥିବା ବେଳେ ରିଜୱାନ୍‌ ୮୪୨ ପଏଣ୍ଟ ସହ ଦ୍ବିତୀୟ ଓ ନ୍ୟୁଜିଲାଣ୍ଡର ଡେଭନ୍‌ କନୱେ ୭୯୨ ପଏଣ୍ଟ ସହ ତୃତୀୟ ସ୍ଥାନରେ ରହିଛନ୍ତି।
ସୂର୍ଯ୍ୟ କୁମାରଙ୍କ ବ୍ୟତୀତ ରିଲି ରୋଜୋୟୁ ଓ ଗ୍ଲେନ୍‌ ଫିଲିପ୍ସଙ୍କ ମାନ୍ୟତାରେ ଉନ୍ନତି ଆସିଛି। ବାଂଲାଦେଶ ବିପକ୍ଷରେ ଶତକ ହାସଲ କରିଥିବାରୁ ରୋଜୋୟୁ ୧୭ଟି ସ୍ଥାନ ଉପରକୁ ଉଠି ମାନ୍ୟତାର ୮ନଂରେ ରହିଥିବା ବେଳେ ଶ୍ରୀଲଙ୍କା ବିପକ୍ଷରେ ଶତକ ହାସଲ କରିଥିବାରୁ ଫିଲିପ୍ସ ୫ଟି ସ୍ଥାନ ଉପରକୁ ଉଠି ୭ନଂରେ ରହିଛନ୍ତି। ବୋଲିଂ ମାନ୍ୟତାରେ ଆଫଗାନିସ୍ତାନର ରସିଦ୍‌ ଖାନ୍‌ ଶୀର୍ଷ ସ୍ଥାନ ବଜାୟ ରଖିଥିବା ବେଳେ ଶ୍ରୀଲଙ୍କାର ୱାନିଡୁ ହସରଙ୍ଗା ଦ୍ବିତୀୟ ସ୍ଥାନରେ ରହିଛନ୍ତି। ସାମ୍‌ କରନ୍‌ ବିଶ୍ବକପ୍‌ରେ ଭଲ ପ୍ରଦର୍ଶନ କରିଥିବାରୁ ସେ ଶ୍ରେଷ୍ଠ ୧୦ଜଣଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories