www.samajalive.in
Sunday, December 7, 2025
14.1 C
Bhubaneswar

କ୍ରିକେଟ ବିଶ୍ବକପ ଆଜିଠାରୁ

ଅହମ୍ମଦାବାଦ୍‌ : କ୍ରିକେଟ ବିଶ୍ବକପର ତ୍ରୟୋଦଶତମ ସଂସ୍କରଣ ଲାଗି କ୍ଷେତ୍ର ପ୍ରସ୍ତୁତ ା ବିସିସିଆଇ ଆନୁକୂଲ୍ୟରେ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି ଏହି କ୍ରିକେଟ ମହାକୁମ୍ଭ। ଦୀର୍ଘ ଦେଢ ମାସ ଧରି ଏବେ ଦେଖିବାକୁ ମିଳିବ ବ୍ୟାଟ ଓ ବଲର ରୋମାଞ୍ଚ। ଆସିବ କ୍ରିକେଟ ଫିବର। ଭାରତର ୧୦ଟି ଗ୍ରାଉଣ୍ଡରେ ଏହି ମେଗା ପ୍ରତିଯୋଗିତା ଅକ୍ଟୋବର ୫ରୁ ନଭେମ୍ବର ୧୯ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ପ୍ରତିଯୋଗିତାରେ ଭାଗ ନେବେ ବିଶ୍ବର ଶ୍ରେଷ୍ଠ ୧୦ ଦଳ। ଆୟୋଜକ ଭାରତ ସମେତ ଇଂଲଣ୍ଡ, ଅଷ୍ଟ୍ରେଲିଆ, ପାକିସ୍ତାନ, ଦକ୍ଷିଣ ଆଫ୍ରିକା, ନ୍ୟୁଜିଲାଣ୍ଡ, ନେଦରଲାଣ୍ଡ୍‌ସ, ବାଂଲାଦେଶ,ଆଫଗାନିସ୍ତାନ, ଶ୍ରୀଲଙ୍କା ଏଥିରେ ଭାଗ୍ୟ ପରୀକ୍ଷା କରିବେ। ଅହମ୍ମଦାବାର ମୋ​‌େ​‌ଟେରାସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡ଼ିୟମରେ ଗତଥରର ବିଜେତା ଇଂଲଣ୍ଡ ଓ ରନର୍ସଅପ ନ୍ୟୁଜିଲାଣ୍ଡ ମଧ୍ୟରେ ଉଦ୍‌ଘାଟନୀ ମ୍ୟାଚ ଗୁରୁବାର ଖେଳାଯିବ। ଏଥି ସହିତ ଉକ୍ତ କ୍ରୀଡ଼ା ମହାକୁମ୍ଭର ଶୁଭାରମ୍ଭ ହେବ। ଏସୀୟ ମହାଦେଶର ଦେଶର ଏହା ହେବ ସର୍ବବୃହତ କ୍ରିକେଟ ମହାକୁମ୍ଭ। ପୂର୍ବରୁ ଭାରତରେ ୧୯୮୭, ୧୯୯୬ ଓ ୨୦୧୧ରେ ଦିନିକିଆ କ୍ରିକେଟ ବିଶ୍ବକପ ଆୟୋଜିତ ହୋଇଥିଲେ ମଧ୍ୟ ପ୍ରଥମ ଥର ପାଇଁ ଭାରତ ଏକକ ଭାବେ ଉକ୍ତ ପ୍ରତିଯୋଗିତାକୁ ଆୟୋଜନ କରୁଛି। ଅନେକ ଆହ୍ବାନ ଥିଲେ ହିଁ ଏହାକୁ ସଫଳତାର ସହ ମୁକାବିଲା କରି ଶ୍ରେଷ୍ଠ ପ୍ରତିଯୋଗିତାରେ ଆୟୋଜନ ନେଇ ବିସିସିଆଇ ପ୍ରସ୍ତୁତ ​ଶେଷ କରିଛି। ପ୍ରତିଯୋଗିତା ମୋଟ ୧୦ଟି ଗ୍ରାଉଣ୍ଡ ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡ଼ିୟମ, ମୁମ୍ବଇର ୱାଙ୍ଖଡେ ଓ ପୁଣେରେ, ହାଇଦରାବାଦ୍‌ର ରାଜୀବ ଗାନ୍ଧୀ ଷ୍ଟାଡ଼ିୟମ, ଧର୍ମଶାଳାର ଏଚ୍‌ପିସି ଷ୍ଟାଡ଼ିୟମ, ବାଙ୍ଗାଲୋରର ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡ଼ିୟମ, ଚେନ୍ନଇର ଏମ.ଏ ଚିଦାମ୍ବରମ ଷ୍ଟାଡ଼ିୟମ, କଲକାତାର ଇଡେନଗାର୍ଡେନ, ଲକ୍ଷ୍ନୌର ଏକ୍‌ନା ଷ୍ଟାଡ଼ିୟମରେ ମ୍ୟାଚ ଖେଳାଯିବ। ଲିଗ୍‌ ପର୍ଯ୍ୟାୟରେ ସମସ୍ତ ଦଳ ସମସ୍ତଙ୍କ ସହିତ ମ୍ୟାଚ ଖେଳିବେ ଲିଗ୍‌ ପର୍ଯ୍ୟାୟ ମ୍ୟାଚ ନଭେମ୍ବର ୧୨ ପର୍ଯ୍ୟନ୍ତ ଖେଳାଯିବ। ନଭେମ୍ବର ୧୫ରେ ପ୍ରଥମ ଓ ୧୬ରେ ଦ୍ବିତୀୟ ସେମିଫାଇନାଲ ଓ ୧୯ରେ ଫାଇନାଲ ମ୍ୟାଚ ଖେଳାଯିବ। ପ୍ରଥମ ଦୁଇ ସଂସ୍କରଣ ବିଜେତା ୱେଷ୍ଟଇଣ୍ଡିଜ୍‌କୁ ପ୍ରଥମ ଥର ପାଇଁ ଦିନିକିଆ କ୍ରିକେଟ ବିଶ୍ବକପରେ ଦେଖିବାକୁ ମିଳିବନି। କ୍ରିକେଟ ବିଶ୍ବକପର ୪୮ ବର୍ଷ ଇତିହାସରେ ଅଷ୍ଟ୍ରେଲିଆ ସର୍ବାଧିକ ୫ଥର ଟାଇଟଲ ହାସଲ କରିଛି। ୧୯୮୭,୧୯୯୯, ୨୦୦୩, ୨୦୦୭ ଓ ୨୦୧୫ରେ ଏହି ଦଳ ପିନ୍ଧିଛି ମୁକୁଟ। ସେହିପରି ଭାରତ ୧୯୮୩ ଓ ୨୦୧୧, ୱେଷ୍ଟଇଣ୍ଡିଜ୍‌ ୧୯୭୫ ଓ ୧୯୭୯ରେ ଦୁଇଥର ଲେଖାଏଁ ଚମ୍ପିଆନ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଅନ୍ୟପକ୍ଷରେ ପାକିସ୍ତାନ ୧୯୯୨, ଶ୍ରୀଲଙ୍କା ୧୯୯୬ ଓ ଇଂଲଣ୍ଡ ୨୦୧୯ରେ ଥରେ ଲେଖାଏଁ ବିଶ୍ବକପ ଜିତିଛନ୍ତି।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories