www.samajalive.in
Sunday, December 14, 2025
26.1 C
Bhubaneswar

ମହିଳା କ୍ରିକେଟ: ଦ୍ୱିତୀୟ ଦିନିକିଆରେ ୱେଷ୍ଟଇଣ୍ଡିଜକୁ ଭାରତର ୩୫୯ ରନ୍ ଟାର୍ଗେଟ

ଡେସ୍କ: ଭଦୋଦରାର କୋଟାମ୍ବି ଷ୍ଟାଡିୟମରେ ଚାଲିଥିବା ୩ ମ୍ୟାଚ୍ ବିଶିଷ୍ଟ ଆଇସିସି ଚାମ୍ପିୟନଶିପ୍ ଶୃଙ୍ଖଳାର ଦ୍ବିତୀୟ ଦିନିକିଆରେ ୱେଷ୍ଟଇଣ୍ଡିଜକୁ ଭାରତ ୩୫୯ ରନର ଟାର୍ଗେଟ୍ ଦେଇଛି। ପ୍ରଥମେ ବ୍ୟାଟିଂ କରି ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୫ ଓ୍ଵିକେଟ୍ ହରାଇ ୩୫୮ ରନ୍ କରିଥିଲା। ଭାରତୀୟ ଇନିଂସରେ ହର୍ଲିନ ଦେଓଲ ୧୧୫ ରନ୍ କରି ଅଗ୍ରଣୀ ହାସଲ କରିଥିବା ବେଳେ ପ୍ରତୀକ୍ଷା ରାଓ୍ଵଲ ୭୬ ରନ୍ କରିଥିଲେ। ୱେଷ୍ଟଇଣ୍ଡିଜ୍ ପକ୍ଷରୁ ଆଫି ଫ୍ଲେଚର, କିଆନା ଜୋସେଫ୍, ଡିଆଣ୍ଡ୍ରା ଡୋଟିନ୍ ଓ ଜାଇଦା ଜେମ୍ସ ଗୋଟିଏ ଲେଖାଏଁ ୱିକେଟ୍ ନେଇଥିଲେ।

ରବିବାର ସେହି ପଡ଼ିଆରେ ଖେଳାଯାଇଥିବା ପ୍ରଥମ ଦିନିକିଆରେ ଭାରତ ୨୧୧ ରନରେ ୱେଷ୍ଟଇଣ୍ଡିଜକୁ ପରାସ୍ତ କରିଛି। ଏହି ଶୃଙ୍ଖଳାରେ ଆୟୋଜକ ଦଳ ନଭି ମୁମ୍ବାଇରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ଅନ୍ତର୍ଜାତୀୟ ଶୃଙ୍ଖଳାକୁ ୨-୧ରେ ଜିତି ନିଜର ଧାରା ବଜାୟ ରଖିବାକୁ ଲକ୍ଷ୍ୟ ରଖିଛି।

Hot this week

ନୀତିନ ନବୀନ ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି  ଭାବରେ ନୀତିନ ନବୀନ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

Related Articles

Popular Categories