www.samajalive.in
Friday, December 12, 2025
15.1 C
Bhubaneswar

ଆଇଏସ୍‌ସିଇ ଦଶମ, ଦ୍ବାଦଶ ପରୀକ୍ଷା ସ୍ଥଗିତ

ଭୁବନେଶ୍ବର : ଦେଶରେ କୋଭିଡ଼ ଦ୍ବିତୀୟ ଲହରକୁ ଦେଖି ଛାତ୍ରଛାତ୍ରୀଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଗୁରୁତ୍ବ ଦେଇ ସିବିଏସଇ ଭଳି ଇଣ୍ଡିଆନ୍ ସ୍କୁଲ ସାର୍ଟିଫିକେଟ ଏକଜାମିନେସନ (ଆଇଏସ୍‌ସିଇ) ଦଶମ ଏବଂ ଦ୍ବାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିଛି। ଏ ସଂକ୍ରାନ୍ତରେ ଶୁକ୍ରବାର ଆଇଏସ୍‌ସିଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ବିଜ୍ଞପ୍ତିରେ ଆଇଏସ୍‌ସିଇ ମୁଖ୍ୟ କାର୍ଯ୍ୟ ନିର୍ବାହୀ ତଥା ସଚିବ ଗେରୀ ଆରାଥୋନ ପ୍ରକାଶ କରିଛନ୍ତି, ମେ ୪ରୁ ଆଇଏସ୍‌ସିଇ ଦଶମ ଏବଂ ଦ୍ବାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଅଫଲାଇନ୍‌ରେ ହେବାର ଥିଲା; କିନ୍ତୁ ଦେଶର ବିଭିନ୍ନ ରାଜ୍ୟରେ କରୋନା ସଂକ୍ରମଣ ଉଗ୍ରରୂପ ଧରି କାୟା ବିସ୍ତାର କରୁଛି। ଏହି ସମୟରେ ବିଦ୍ୟାର୍ଥୀଙ୍କ ସ୍ବାସ୍ଥ୍ୟ ପ୍ରତି ପ୍ରାଥମିକତା ଦିଆଯାଇ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ସମୀକ୍ଷା ବୈଠକରେ ନିଷ୍ପତ୍ତି ହୋଇଛି। ଆଗକୁ ପରିସ୍ଥିତିରେ ସ୍ବାଭାବିକ ଆସିଲେ ଜୁନ୍ ପ୍ରଥମ ସପ୍ତାହରେ ପରୀକ୍ଷା କରିବାକୁ ନିଷ୍ପତ୍ତି ହୋଇଛି। ପରବର୍ତ୍ତୀ ସମୟରେ ଏ ସମ୍ବନ୍ଧରେ ବିସ୍ତୃତ ବିବରଣ ପ୍ରକାଶ ପାଇବ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories