www.samajalive.in
Wednesday, December 10, 2025
16.1 C
Bhubaneswar

ଆଇସିଏସଇ ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ  : କରୋନା ଭୂତାଣୁ ସଂକ୍ରମଣ ଦୃଷ୍ଟିରେ ରଖି ଆଇସିଏସଇ ୧୦ମ ଓ ୧୨ଶ ପରୀକ୍ଷା ସ୍ଥଗିତ ରଖିଛି। ଭାରତୀୟ ସ୍କୁଲ ସାର୍ଟିଫିକେଟ ପରୀକ୍ଷା ପରିଷଦ (ଆଇସିଏସଇ) ଦ୍ବାରା ପରିଚାଳିତ ଚଳିତ ବର୍ଷର ମାର୍ଚ୍ଚ ୧୯ରୁ ଅବଶିଷ୍ଟ ପରୀକ୍ଷାକୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି ବୋଲି ଏକ ବିଜ୍ଞପ୍ତି ମାଧ୍ୟମରେ କୁହାଯାଇଛି। ମାର୍ଚ୍ଚ ୩୧ ପରେ ପରିସ୍ଥିତିକୁ ଦେଖି ଆଇସିଏସଇ ଓ ଆଇଏସସି-୨୦୨୦ ପରୀକ୍ଷା କାର୍ଯ୍ୟସୂଚୀ ପୁନର୍ବାର ଧାର୍ଯ୍ୟ କରାଯିବ ବୋଲି କୁହାଯାଇଛି। ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟର ନିର୍ଦେଶ କ୍ରମେ ଆଇସିଏସଇ ଏହାର ସମସ୍ତ ପରୀକ୍ଷାକୁ ସ୍ଥଗିତ ରଖିଛି। କରୋନା ସଂକ୍ରମଣ ପାଇଁ ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ଆଇସିଏସଇ ଓ ଅନ୍ୟ ସମସ୍ତ ଶିକ୍ଷାନୁଷ୍ଠାନକୁ ପରୀକ୍ଷା ବନ୍ଦ ଲାଗି ନିର୍ଦେଶ ଦେଇଥିଲା।

Hot this week

ଆଇପିଏଲ୍‌ ନିଲାମ ତାଲିକାରେ ୩୫୦ ଖେଳାଳି

ନୂଆଦିଲ୍ଲୀ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୦୨୬ ସଂସ୍କରଣ ଲାଗି ମିନି...

ଓଡ଼ିଶା ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ ଟୁର୍ଣ୍ଣାମେଣ୍ଟ ଆରମ୍ଭ

କଟକ: କଟକର ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମ୍‌ରେ ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ଟୁର୍ଣ୍ଣାମେଣ୍ଟ...

ବୁଧବାର ରାଶିଫଳ: କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ପାଇବେ ଏହି ଦୁଇ ରାଶି

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ସୁଖଦାୟକ ହେବ। କର୍ମ କ୍ଷେତ୍ରରୁ...

ରାଖେଲଗୁଡ଼ା-ଏମ୍‌ଭି-୨୬ ଗାଁରେ ଉତ୍ତେଜନା ଘଟଣା: ମାଟି ମୁଣ୍ଡ ଲଗାଇ କଲେ ଅନ୍ତିମ ସଂସ୍କାର

ମାଟି ମୁଣ୍ଡ ଲଗାଇ କଲେ ଅନ୍ତିମ ସଂସ୍କାର ମାଲକାନଗିରି/କୋରୁକୋଣ୍ଡା: ମାଲକାନଗିରି ଜିଲା ପୋଟେରୁ...

ଧାନ ରଖି ଚାଷୀଙ୍କ ରାଜପଥ ଅବରୋଧ: ପୁଲିସ ସହ ଧସ୍ତାଧସ୍ତି, ୩ ଘଣ୍ଟା ଯାତାୟାତ ବନ୍ଦ

ଅତାବିରା/ରେଙ୍ଗାଲିକ୍ୟାମ୍ପ, : ମଣ୍ଡି ଗୁଡିକରେ ମନ୍ଥର ଗତିରେ ଧାନ ଉଠୁଥିଲା। ମଣ୍ଡିରୁ...

Related Articles

Popular Categories