www.samajalive.in
Saturday, December 6, 2025
26.1 C
Bhubaneswar

ମୋଟୁ ଥାନା ଆଇଆଇସି ଗିରଫ

ଭୁବନେଶ୍ୱର: ମାଲକାନଗିରି ଜିଲ୍ଲା ମୋଟୁ ଥାନା ଆଇଆଇସି ସୁଶାନ୍ତ ସାହୁ ଗୁରୁବାର ଗିରଫ ହୋଇଛନ୍ତି। ଭିଜିଲାନ୍ସ ତାଙ୍କୁ ଗିରଫ କରିଥିବା ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି। ଗତକାଲି ସୁଶାନ୍ତଙ୍କଠାରୁ ୨ ଲକ୍ଷ ୮୦ ହଜାର ଟଙ୍କା ମିଳିଥିଲା।

ଭିଜିଲାନ୍ସ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ସୁଶାନ୍ତ ସାହୁ ଗତକାଲି ମୋଟୁରୁ ତାଙ୍କ ଗାଁ ନଖରାକୁ ଯାଉଥିଲେ। କୌଣସି ସୂତ୍ରରୁ ଖବର ପାଇ ଭିଜିଳାନ୍ସ ପକ୍ଷରୁ ଖୋର୍ଦ୍ଧା ନିକଟରେ ତାଙ୍କୁ ଅଟକାଇ ଯାଞ୍ଚ କରାଯାଇଥିଲା। ତାଙ୍କ ଠାରୁ ନଗଦ ୨ ଲକ୍ଷ ୮୦ ହଜାର ଟଙ୍କା ମିଳିଥିଲା। ତେବେ ସେ ଏହି ଟଙ୍କା କେଉଁଠୁ ଆଣିଲେ ଓ କ’ଣ ପାଇଁ ଏତେ ଟଙ୍କା ଦରକାର ପଡ଼ିଲା ସେନେଇ କୌଣସି ସନ୍ତୋଷଜନକ ଉତ୍ତର ଦେଇ ପାରି ନଥିଲେ। ଏହାପରେ ଭିଜିଲାନ୍ସ ପକ୍ଷରୁ ଗତକାଲି ତାଙ୍କ ଘରେ ମଧ୍ୟ ଚଢ଼ାଉ କରାଯାଇଥିଲା। ଏହି ସମୟରେ ନିକଟରେ ସେ ତାଙ୍କ ପତ୍ନୀଙ୍କ ନାଁରେ ନଖରାରେ କିଣିଥିବା ଏକ ପ୍ଲଟର କାଗଜପତ୍ର ମିଳିଥିଲା। ଏହି ପ୍ଲଟକୁ ସେ ୨୪ ଲକ୍ଷ ୯୦ ହଜାର ଟଙ୍କାରେ କିଣିଥିବା ଜଣାପଡ଼ିଛି। ଭୁବନେଶ୍ୱର ଭିଜିଲାନ୍ସ ପକ୍ଷରୁ ତାଙ୍କୁ ଗିରଫ କରାଯାଇ ସ୍ପେଶାଲ୍ ଭିଜିଲାନ୍ସ କୋର୍ଟକୁ ଚାଲାଣ କରାଯାଇଛି।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories