www.samajalive.in
Monday, December 15, 2025
27.1 C
Bhubaneswar

୧୯ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ପ୍ରବଳ ଖରା ଓ ଗରମ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ରାଜ୍ୟବାସୀ। ଆଜି ବି ସିଭିୟର ହିଟ୍‌‌ୱେଭ୍‌‌ ପାଇଁ ୧୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଆଜି ପାଇଁ ମୟୁରଭଞ୍ଜ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୟାଗଡ, କନ୍ଧମାଳ, ବଲାଙ୍ଗିର, ଗଞ୍ଜାମ, କଳାହାଣ୍ଡି ଏବଂ ନୂଆପଡାରେ ୪୫ ଡିଗ୍ରୀ ତାପମାତ୍ରା ଛୁଇଁପାରେ ବୋଲି ଆକଳନ କରିଛି ଆଂଚଳିକ ପାଣିପାଗ ବିଭାଗ।
ସେହିପରି ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ନେଇ ୧୯ଟି ଜିଲାକୁ ଆଜି ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏହି ସବୁ ଜିଲ୍ଲା ମଧ୍ୟରେ ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ସୋନପୁର, ବରଗଡ, ବଲାଙ୍ଗିର, ବୌଦ୍ଧ, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, କଳାହାଣ୍ଡି, ଗଜପତି, କନ୍ଧମାଳ, ରାୟଗଡା, ନବରଙ୍ଗପୁର, ନୂଆପଡା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଏସବୁ ଜିଲ୍ଲାରେ କାଳବୈଶାଖୀ ହେଲେ ଗ୍ରୀଷ୍ମ ପ୍ରବାହ ଜାରି ରହିବ।

Hot this week

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

Related Articles

Popular Categories