www.samajalive.in
Sunday, December 7, 2025
13.1 C
Bhubaneswar

୩ ଜିଲାକୁ ରେଡ୍‌ ଆଲର୍ଟ, ଚାନ୍ଦବାଲିରେ ସର୍ବାଧିକ ବର୍ଷା ରେକର୍ଡ

ସମାଜ ଡିଜିଟାଲ ଡେସ୍କ/ବାଲେଶ୍ଵର/ଭଦ୍ରକ/ବାସୁଦେବପୁର/ଚାନ୍ଦବାଲି: ଭୀଷଣ ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଶେଷ ହେବା ସହିତ ଏହା କ୍ରମଶଃ ଦୁର୍ବଳ ହୋଇ ବାତ୍ୟାରେ ପରିଣତ ହୋଇଛି। ଆଉ କିଛି ଘଣ୍ଟା ପରେ ଏହା ଆହୁରି ଦୁର୍ବଳ ହେବା ସାଙ୍ଗକୁ ଗଭୀର ଅବପାତ ରୂପ ନେବ। ତେଣୁ ଏହା ପ୍ରଭାବରେ ସ୍ଥଳଭାଗରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ୩ ଜିଲାକୁ ରେଡ୍‌ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲାଗୁଡ଼ିକ ହେଉଛି ବାଲେଶ୍ଵର, ଭଦ୍ରକ ଏବଂ ମୟୂରଭଞ୍ଜ। ସେହିପରି ଜଗତସିଂହପୁର, ଅନୁଗୁଳ, ଖୋର୍ଦ୍ଧାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାବ୍ୟତୀତ କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଘର, କଟକରେ ବି ବର୍ଷା ହେବ।

ବର୍ତ୍ତମାନ ସୁଦ୍ଧା ଚାନ୍ଦବାଲିରେ ସର୍ବାଧିକ ୧୫୮.୬ ମିମି ବର୍ଷା ରେକର୍ଡ କରାଯାଇଛି। ରାଜଗନିକାରେ ୧୫୬, ମାର୍ଶାଘାଇରେ ୧୧୦, ରାଜନଗରରେ ୧୦୦ ମିମି ବର୍ଷା ହୋଇଛି। ବାଲେଶ୍ଵର ଜିଲାର ଔପଦାରେ ୧୦୯, ବାସୁଦେବପୁର ୧୧୦, ପାରାଦୀପ ୭୬.୪, ଡେରାବିଶ ୭୨, ଭଦ୍ରକ ୭୦.୨ ମିଲିମିଟର ବର୍ଷା ହୋଇଥିବା ଜଣାପଡ଼ିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories