www.samajalive.in
Monday, December 15, 2025
24.1 C
Bhubaneswar

ଆସନ୍ତା ୩ ଦିନ ଯାଏଁ ଓଡ଼ିଶାରେ ଅଗ୍ନିବର୍ଷା

ଡେସ୍କ: ଆସନ୍ତା ଦୁଇ ଦିନ ମଧ୍ୟରେ ଛତିଶଗଡ଼, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ, ତେଲେଙ୍ଗାନା ଓ ଆନ୍ଧ୍ରପ୍ରଦେଶରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଓଡ଼ିଶାର କେତେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବାର ସମ୍ଭାବନା ରହିଛି। ଆଇଏମଡି ପୂର୍ବାନୁମାନ କରିଛି ଯେ ପୂର୍ବ ଭାରତରେ ସର୍ବୋଚ୍ଚ ତାପମାତ୍ରା ଧୀରେ ଧୀରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ଆସନ୍ତା ଦୁଇ ଦିନ ମଧ୍ୟରେ ଜମ୍ମୁ-କଶ୍ମୀର, ଲଦାଖ, ଗିଲଗିଟ, ବାଲଟିସ୍ତାନ, ମୁଜାଫରାବାଦ, ହିମାଚଳ ପ୍ରଦେଶ ଏବଂ ଉତ୍ତରାଖଣ୍ଡରେ ପ୍ରବଳ ବର୍ଷା ଓ ତୁଷାରପାତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ହରିୟାଣା, ପଶ୍ଚିମ ଉତ୍ତରପ୍ରଦେଶ, ରାଜସ୍ଥାନ, ପଞ୍ଜାବ ଏବଂ ପୂର୍ବ ଉତ୍ତରପ୍ରଦେଶରେ ମଧ୍ୟ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories