www.samajalive.in
Saturday, December 6, 2025
14.1 C
Bhubaneswar

ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ

ସମାଜ ଡିଜିଟାଲ ଡେସ୍କ: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଆଧାରରେ ବର୍ତ୍ତମାନ ଏହା ପାରାଦ୍ୱୀପଠାରୁ ୭୩୦ କି.ମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଆସନ୍ତାକାଲି ସୁଦ୍ଧା ବାତ୍ୟାରେ ପରିଣତ ହୋଇ ଧିରେ ଧିରେ ସ୍ଥଳଭାଗ ମୁହାଁ ହେବା ସହ ଭୀଷଣ ବାତ୍ୟାର ରୂପ ନେଇ ଓଡ଼ିଶା ଉପକୂଳରେ ସ୍ଥଳଭାଗ ଛୁଇଁବ। ଆସନ୍ତା ୨୪ ଓ ୨୫ ତାରିଖ ସକାଳେ ବାତ୍ୟା ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି। ପୁରୀ ଓ ସାଗରଦ୍ୱୀପ ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ। ଏହି ସମୟରେ ପବନର ବେଗ ୧୦୦ରୁ ୧୨୦ କି.ମି ରହିବ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories