www.samajalive.in
Sunday, December 14, 2025
23.1 C
Bhubaneswar

ଇମ୍ପାକ୍‍ଟ ରାଙ୍କିଙ୍ଗ୍‌ ୨୦୨୨, ଅସମାନତା ହ୍ରାସ କ୍ଷେତ୍ରରେ କିଟ୍‍ ବିଶ୍ୱରେ ୮ମ

ଭୁବନେଶ୍ୱର: ଜାତିସଂଘ ସ୍ଥାୟୀ ବିକାଶ ଲକ୍ଷ୍ୟ- ଅସମାନତା ଦୂର କ୍ଷେତ୍ରରେ କିଟ୍‍ ବିଶ୍ୱବିଦ୍ୟାଳୟ ବିଶ୍ୱରେ ୮ମ ସ୍ଥାନରେ ରହିଛି। ନିକଟରେ ପ୍ରକାଶ ପାଇଥିବା ଟାଇମ୍‍ସ ହାୟର ଏଜୁକେସନ୍‍ର ଇମ୍ପାକ୍ଟ ରାଙ୍କିଙ୍ଗ୍‌ରେ କିଟ୍‍ ବିଶ୍ୱବିଦ୍ୟାଳୟକୁ ଏହି ରାଙ୍କିଙ୍ଗ୍‌ ପ୍ରଦାନ କରାଯାଇଛି। ପ୍ରତିବର୍ଷ ‘ଟାଇମ୍‍ସ ହାୟର ଏଜୁକେସନ୍‍’ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ୍‌ ବ୍ୟତୀତ ଅନ୍ୟାନ୍ୟ ବର୍ଗରେ ବିଶ୍ୱବିଦ୍ୟାଳୟର ରାଙ୍କିଙ୍ଗ୍‌ କରିଥାନ୍ତି। ସେଥିମଧ୍ୟରୁ ଅନ୍ୟତମ ପ୍ରମୁଖ ହେଉଛି ଇମ୍ପାକଟ ରାଙ୍କିଙ୍ଗ୍‌। ଏଥିରେ ଜାତିସଂଘର ସ୍ଥାୟୀ ବିକାଶ ଲକ୍ଷ୍ୟ କାର୍ଯ୍ୟକାରୀ କ୍ଷେତ୍ରରେ ବିଶ୍ୱବିଦ୍ୟାଳୟର ଯୋଗଦାନର ମୂଲ୍ୟାୟନ କରାଯାଇ ରାଙ୍କିଙ୍ଗ୍‌ ପ୍ରଦାନ କରାଯାଇଛି। ଗବେଷଣା, ପରିଚାଳନା, ଆଉଟରିଚ୍‍ ଏବଂ ଗୁଣାତ୍ମକ ଶିକ୍ଷାଦାନ ଆଦି ମାପଦଣ୍ଡ ଆଧାରରେ ବିଶ୍ୱବିଦ୍ୟାଳୟଗୁଡ଼ିକର ସ୍ଥାୟୀ ବିକାଶ ଲକ୍ଷ୍ୟ କ୍ଷେତ୍ରରେ କେତେ ଯୋଗଦାନ ରହିଛି ତାହା ମୂଲ୍ୟାୟନ କରାଯାଇ ରାଙ୍କିଙ୍ଗ୍‌ ପ୍ରଦାନ କରାଯାଇଛି। ଚଳିତବର୍ଷ ସମଗ୍ର ବିଶ୍ୱରେ କିଟ୍‍ ବିଶ୍ୱବିଦ୍ୟାଳୟ ୮ମ ସ୍ଥାନରେ ରହିଥିବା ବେଳେ ଜାତିସଂଘର ଅନ୍ୟାନ୍ୟ ବିକାଶ ଲକ୍ଷ୍ୟ ଯଥା ଗୁଣାତ୍ମକ ଶିକ୍ଷା, ଶାନ୍ତି, ନ୍ୟାୟ ଓ ପାର୍ଟନରସିପ ଆଦି କ୍ଷେତ୍ରରେ କିଟ୍‍ ୧୦୧+ ମଧ୍ୟରେ ରହିଛି। ସାମଗ୍ରିକ ଭାବେ ବିଶ୍ୱର ୧୦୬ଟି ଦେଶର ୧୫୦୦ରୁ ଊର୍ଦ୍ଧ୍ୱ ବିଶ୍ୱବିଦ୍ୟାଳୟ ମଧ୍ୟରେ କିଟ୍‍ ବିଶ୍ୱବିଦ୍ୟାଳୟ ୨୦୧+ ସ୍ଥାନରେ ରହିଛି।

ଏହି ତାଲିକାରେ ହାତଗଣତି ଭାରତୀୟ ବିଶ୍ୱବିଦ୍ୟାଳୟ ସ୍ଥାନ ପାଇଥିବା ବେଳେ କିଟ୍‍ ଭାରତରେ ୮ମ ସ୍ଥାନରେ ରହିଛି। କିଟ୍‍ର ଏହି ସଫଳତାରେ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସନ୍ତୋଷ ବ୍ୟକ୍ତ କରି କହିଛନ୍ତି, କିଟ୍‍ ଶିକ୍ଷାଦାନ ଓ ଗବେଷଣା ସହ ଦୀର୍ଘ ୨୫ବର୍ଷ ହେଲା ସମାଜଭିତ୍ତିକ ଅନେକ କାର୍ଯ୍ୟ କରିଆସୁଛି; ଯାହାର ପରିଣାମ ସ୍ୱରୂପ ଅସମାନତା ଦୂର କରିବାରେ କିଟ୍‍କୁ ୮ମ ସ୍ଥାନ ମିଳିଛି। ଏହି ସଫଳତା ପାଇଁ ଶ୍ରୀ ସାମନ୍ତ କିଟ୍‍ କୁଳାଧିପତି ପ୍ରଫେସର ବେଦ ପ୍ରକାଶ, କୁଳପତି ପ୍ରଫେସର ସସ୍ମିତା ସାମନ୍ତଙ୍କ ସମେତ ସମସ୍ତ ଅଧ୍ୟାପକ, ଅଧ୍ୟାପକ, ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ, ଜର୍ମାନୀ...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories