www.samajalive.in
Saturday, December 13, 2025
23.1 C
Bhubaneswar

ଛତିଶା ନିଯୋଗ ବୈଠକରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି: ଜାନୁଆରୀ ୩ରେ ଦୁର୍ଲଭ ସୁନାବେଶ

ପୁରୀ: ଚଳିତ ମାସ ୧୬ରୁ ଜାନୁଆରୀ ୧୩ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ହେବାକୁ ଥିବା ପହିଲି ଭୋଗ ନୀତି ନିର୍ଘଣ୍ଟକୁ ଶୁକ୍ରବାର ଛତିଶା ନିଯୋଗର ବୈଠକରେ ଅନୁମୋଦନ କରାଯାଇଛି। ଏଥିସହ ଜାନୁଆରୀ ୩ରେ ଦେବାଭିଷେକ ପୂର୍ଣ୍ଣିମା ନୀତି ନିର୍ଘଣ୍ଟ ଓ ଜାନୁଆରୀ ୧୪ରେ ମକର ସଂକ୍ରାନ୍ତି ନୀତି ନିର୍ଘଣ୍ଟ ତଥା ଇଂରାଜୀ ନୂଆବର୍ଷରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଉପରେ ବୈଠକରେ ସମୀକ୍ଷା କରାଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ପୁରୀ ଅତିରିକ୍ତ ଜିଲାପାଳ ଓ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକଙ୍କ ସମେତ ଛତିଶା ନିଯୋଗର ସେବାୟତ ପ୍ରତିନିଧି ଉପସ୍ଥିତ ଥିଲେ।

ବୈଠକ ଶେଷ ହେବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ପାଢ଼ୀ କହିଛନ୍ତି, ଆସନ୍ତା ୧୬ ତାରିଖରୁ ଜାନୁଆରୀ ୧୩ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ପହିଲି ଭୋଗ ନୀତି ସକାଳ ୫ଟା ୩୦ରୁ ୬ଟା ମଧ୍ୟରେ ଏହି ନୀତି ହେବ। ରାତ୍ର ୨ଟାରେ ଦ୍ବାର ଫିଟା ନୀତି କରାଯାଇ ରାତ୍ର ୧୧ଟାରେ ପହୁଡ଼ ନୀତି କରାଯିବା ନେଇ ନିଷ୍ପତ୍ତି ହୋଇଛି। ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଦିବା ପହୁଡ ନୀତି କରାଯିବ।

- Advertisement -

ସେହିପରି ଜାନୁଆରୀ ୩ରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦେବାଭିଷେକ ନୀତିକୁ ମଧ୍ୟ ଶୃଙ୍ଖଳିତ କରାଯିବ। ଏହି ଦିନ ଠାକୁରଙ୍କ ଦୁର୍ଲ୍ଲଭ ସୁନାବେଶ ହେବ। ଜାନୁଆରୀ ୧୪ରେ ହେବାକୁ ଥିବା ମକର ସଂକ୍ରାନ୍ତି ନୀତିକୁ ମଧ୍ୟ ଗୁରୁତ୍ବ ଦେଇଛି ଛତିଶା ନିଯୋଗ। ସମସ୍ତ ନୀତିକାନ୍ତି କୁ ଶୃଙ୍ଖଳିତ କରିବା ପାଇଁ ସେବାୟତଙ୍କ ମଧ୍ୟରେ ଏକ ସବ-କମିଟି ଗଠନ ହେବ। ଦିବ୍ୟାଙ୍ଗ ଭକ୍ତଙ୍କ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥାକୁ ଗୁରୁତ୍ବ ଦିଆଯାଇଛି। ପୁରୀବାସୀଙ୍କ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ନେଇ ବୈଠକରେ ଆଲୋଚନା ହୋଇଥିବା ବେଳେ ବିଭିନ୍ନ ବର୍ଗର ଲୋକଙ୍କ ସହ ଆଲୋଚନା ପରେ ପରିଚାଳନା କମିଟି ନିଷ୍ପତ୍ତି ନେବ। ଗୁଣ୍ଡିଚା ମନ୍ଦିରର ସୌନ୍ଦର୍ଯ୍ୟମୂଳକ କାର୍ଯ୍ୟ ଶେଷ ହେବା ପରେ ସର୍ବସାଧାରଣଙ୍କ ଦର୍ଶନ ବ୍ୟବସ୍ଥା କରାଯିବ। ରତ୍ନଭଣ୍ଡାର ଗଣତିମଣତି ନେଇ ଏକ ଚିଠା ମାର୍ଗଦର୍ଶିକା ପ୍ରସ୍ତୁତ କରାଯାଉଛି।

ରତ୍ନଭଣ୍ଡାର କମିଟି, ଶ୍ରୀମନ୍ଦିର ପରିଚାଳନା କମିଟି ଏବଂ ସରକାରଙ୍କ ଅନୁମୋଦନ ପରେ ଗଣତିମଣତି କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି। ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ବୈଠକରେ ଅତିରିକ୍ତ ଜିଲାପାଳ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ, ଛତିଶା ନିଯୋଗର ସେବାୟତ ପ୍ରତିନିଧିଙ୍କ ସହିତ ପରିଚାଳନା କମିଟି ସେବାୟତ ସଦସ୍ୟ ଏବଂ ପ୍ରଶାସନିକ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ସୂର୍ଯ୍ୟ ମନ୍ଦିରରୁ ବାଲିକଢ଼ା

ଐତିହ୍ୟ ଓ ପର୍ଯ୍ୟଟନସ୍ଥଳୀ କୋଣାର୍କର ସୂର୍ଯ୍ୟ ମନ୍ଦିର କଳା, ସଂସ୍କୃତି ଓ...

ଚୀନ୍‌ ଉପରେ ଲଗାମ ଲାଗିବ: ଗ୍ରେଟ୍‌ ନିକୋବର ଦ୍ୱୀପରେ ଦ୍ୱିତୀୟ ବିମାନବନ୍ଦର ନିର୍ମାଣ ଆରମ୍ଭ

ନୂଆଦିଲ୍ଲୀ: ଚୀନ୍‌ର ବଢ଼ୁଥିବା ମହତ୍ତ୍ୱାକାଂକ୍ଷାର ଜବାବରେ, ଭାରତ ମଲାକ୍କା ପ୍ରଣାଳୀରେ ଏକ...

ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ୬ ଦାମୀ ଗାଡ଼ି ସହ ୪ ଦୋକାନ ଏବଂ ଗୋଟିଏ ଘର

ବାଲିପାଟଣା/ ବାଲିଅନ୍ତା: ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ବଜାରରେ ଭୟାଵହ ଅଗ୍ନିକାଣ୍ଡ ଘଟିଛି।...

ଚିନ୍ତାକଳ୍ପ : ସେବକ ନୁହେଁ, ସଖା

ପଞ୍ଜାବର ନାମୀ ସମାଜ ସଂସ୍କାରକ ଭାବରେ ଖ୍ୟାତି ଥିଲା ରାୟ ବାହାଦୁର...

ସମ୍ପାଦକୀୟ : ନାଇଡୁଙ୍କ ପରଖ

ବେଗ ଅପେକ୍ଷା ଗୁଣବତ୍ତା ଅଧିକ ଜରୁରୀ ସାଧାରଣତଃ ସରକାର କିପରି ଚାଲିଛି, ମନ୍ତ୍ରୀମାନେ...

Related Articles

Popular Categories