www.samajalive.in
Sunday, December 14, 2025
14.1 C
Bhubaneswar

ଜାନୁଆରୀରେ ପୋଲାଭୋରମକୁ ନେଇ ଆନ୍ଦୋଳନ କରିବ ବିଜେଡି, ମାଲକାନଗିରି ମୋଟୁରୁ ଭୁବନେଶ୍ୱର ଦେଇ ଦିଲ୍ଲୀ ଯାଏଁ ଆନ୍ଦୋଳନ କରିବ

ଭୁବନେଶ୍ବର : ଜାନୁଆରୀରେ ପୋଲାଭୋରମକୁ ନେଇ ଆନ୍ଦୋଳନ କରିବ ବିଜେଡି। ମାଲକାନଗିରି ମୋଟୁରୁ ଭୁବନେଶ୍ୱର ଦେଇ ଦିଲ୍ଲୀ ଯାଏଁ ଆନ୍ଦୋଳନ କରିବ। ମାଲକାନଗରିବାସୀଙ୍କ ମତାମତ ନେଇ ଆନ୍ଦୋଳନର ରୂପରେଖ ସ୍ଥିର ହେବ ବୋଲି ସାମ୍ବାଦିକ ସମ୍ମିଳନୀରେ ବିଜେଡି ନେତା ଦେବୀପ୍ରସାଦ ମିଶ୍ର ଓ ପ୍ରଦୀପ ମାଝୀ ସୂଚନା ଦେଇଛନ୍ତି।

ଓଡିଶା ଏବଂ ଓଡିଶାବାସୀଙ୍କ ସ୍ୱାର୍ଥ ପାଇଁ ବିଜେଡି ଯେଉଁ ଲଢେ଼ଇ ଜାରି ରଖିଛି ତାହା ଆହୁରି ଶାଣିତ ହେବ। ମୁଁ ବି ଲଢିବି, ତୁମେ ବି ଶେଷ ଯାଏଁ ଲଢ । ପୋଲାଭରମ ନେଇ ଦଳୀୟ ନେତା ଓ କର୍ମୀଙ୍କୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆହ୍ବାନ ଦେଇଛନ୍ତି।

- Advertisement -

ପୋଲାଭରମ ପ୍ରକଳ୍ପ ବିରୋଧରେ କେନ୍ଦ୍ର ସରକାରଙ୍କୁ ଦାବିପତ୍ର ଦେବା ପରେ ବରିଷ୍ଠ ବିଜେଡି ନେତା ଦେବୀପ୍ରସାଦ ମିଶ୍ରଙ୍କ ନେତୃତ୍ୱରେ ବିଜେଡି ପ୍ରତିନିଧିଦଳ ନବୀନ ନିବାସରେ ପହଞ୍ଚି ସଭାପତି ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ଏହି ଅବସରରେ ନବୀନ କହିଛନ୍ତି ଯେ ଜାନୁଆରୀରୁ ପୋଲାଭରମ ବିରୋଧୀ ଆନ୍ଦୋଳନ ଜୋରଦାର ହେବ । ମାଲକାନଗିରି ମୋଟୁରୁ ଭୁବନେଶ୍ୱର ଓ ଭୁବନେଶ୍ୱରରୁ ଦିଲ୍ଲୀ ଯାଏଁ ଆନ୍ଦୋଳନ କରାଯିବ ବୋଲି କହିଛନ୍ତି ନବୀନ।

ଆଜି ବିଜେଡିର ଫ୍ୟାକ୍ଟ ଫାଇଣ୍ଡିଂ ଟିମ ପୋଲାଭରମ ନେଇ ଦିଲ୍ଲୀ ଗସ୍ତର ରିପୋର୍ଟ ସଭାପତି ନବୀନ ପଟ୍ଟନାୟକଙ୍କୁ ପ୍ରଦାନ କରିଛି । ଜୁଲାଇ ଓ ଅଗଷ୍ଟରେ ବିଜେଡି ଟିମ ପୋଲାଭରମ ଅଞ୍ଚଳ ପରିଦର୍ଶନ ପରେ ସଭାପତି ନବୀନ ପଟ୍ଟନାୟକଙ୍କୁ କ୍ଷୟକ୍ଷତି ଆକଳନ ରିପୋର୍ଟ ଦେଇଥିଲା । ଶ୍ରୀ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଦିଲ୍ଲୀ ଯାଇ ବିଜେଡିର ୭ ଜଣିଆ ଟିମ ଓ ୭ ସାଂସଦ କେନ୍ଦ୍ର ଜଳ ସମ୍ପଦ ମନ୍ତ୍ରୀ, ଆଦିବାସୀ ବ୍ୟାପାର ବିଭାଗର ଆଦିବାସୀ କମିସନଙ୍କୁ ସାକ୍ଷାତ କରିଥିଲା । ଆଜି ସେ ସମ୍ପର୍କରେ ସଭାପତି ନବୀନ ପଟ୍ଟନାୟକଙ୍କୁ ରିପୋର୍ଟ ପ୍ରଦାନ କରାଯାଇଛି।

 

Hot this week

ଆଜି ଭାରତ-ପାକିସ୍ତାନ ମ୍ୟାଚ: କରିବେନି କରମର୍ଦ୍ଦନ!

ସମାଜ ଡିଜିଟାଲ ଡେସ୍କ: ଆଜି ଭାରତ ଏବଂ ପାକିସ୍ତାନ ମଧ୍ୟରେ ୧୯...

ଦିଲ୍ଲୀରେ ରାଜ୍ୟ କଂଗ୍ରେସର ତୁଙ୍ଗନେତା

ମୋକିମଙ୍କ ଚିଠି ଉପରେ ଆସନ୍ତା ସପ୍ତାହରେ ପଦକ୍ଷେପ ଭୁବନେଶ୍ବର : ରାହୁଲଙ୍କ ଡାକରାରେ...

ସାମ୍ସ ପୋର୍ଟାଲରେ ଅପ୍‌ଡେଟ୍ ହେଉନି ଉପସ୍ଥାନ

ଖିଲାପୀ ତାଲିକାରେ ୨ ହଜାରରୁ ଊର୍ଦ୍ଧ୍ବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭୁବନେଶ୍ବର :...

ଅଧିନାୟକ-ଉପଅଧିନାୟକଙ୍କ ଖରାପ ପ୍ରଦର୍ଶନ; ୧୫ ଇନିଂସରେ ୫୦ଛୁଇଁ ନାହାଁନ୍ତି

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ଟି-୨୦ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

ମହାନଦୀ ପ୍ରସଙ୍ଗରେ ରାଜନୀତି ସରଗରମ

୨୨ରେ ଉଚ୍ଚସ୍ତରୀୟ କମିଟିର ପ୍ରଥମ ବୈଠକ ରାଜ୍ୟ ସରକାର ଆଭିମୁଖ୍ୟ ସ୍ପଷ୍ଟ...

Related Articles

Popular Categories