www.samajalive.in
Wednesday, December 10, 2025
16.1 C
Bhubaneswar

ଓଡ଼ିଶାରେ ଶିକ୍ଷକଙ୍କ ନିଯୁକ୍ତି କେବଳ ଶିକ୍ଷାବିତ୍‌ ହିଁ କରିବେ

ଭୁବନେଶ୍ୱର :ଉଚ୍ଚଶିକ୍ଷା କ୍ଷେତ୍ରରେ ପୂର୍ବସରକାରଙ୍କ ଦ୍ୱାରା ଅଣା ଯାଇଥିବା ବିଶ୍ୱବିଦ୍ୟାଳୟ ସଂଶୋଧନ ଅଧିନିୟମ -୨୦୨୦ରେ ସଂଶୋଧନ ଆଣିବା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି ପାଇବା ପରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ ଅନୁସାରେ ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅବାହକତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଯାଇଛି।ବୈଠକରେ ଆଇନ, ପୂର୍ତ୍ତ ଏବଂ ଅବକାରୀ ବିଭାଗ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ମୁକେଶ ମହାଲିଙ୍ଗ ଯୋଗଦାନ କରିଥିଲେ।

ବୈଠକରେ ମନ୍ତ୍ରୀ ଶ୍ରୀ ସୂରଜ ଓଡ଼ିଶାରେ ବିଶ୍ୱବିଦ୍ୟାଳୟ ମାନଙ୍କରେ ଖାଲି ପଡିରହିଥିବା ଅଧ୍ୟାପକ ପଦବୀ ଗୁଡିକ ଯେପରି ଅତି ଶୀଘ୍ରରୁ ଶୀଘ୍ର ପୂରଣ ହୋଇପାରିବ ସେହି ଦିଗରେ ପଦକ୍ଷେପ ନେବା ପାଇଁ ମତପ୍ରକାଶ କରିଥିଲେ।

- Advertisement -

ମନ୍ତ୍ରୀ ଶ୍ରୀ ସୂରଜ କହିଥିଲେ ଯେ, ୨୦୨୦ ମସିହାରେ ଓଡ଼ିଶାରେ ପୂର୍ବ ସରକାରଙ୍କ ଦ୍ୱାରା ଅଣାଯାଇଥିବା ବିଶ୍ୱବିଦ୍ୟାଳୟ ସଂଶୋଧନ ଅଧିନିୟମ ମାଧ୍ୟମରେ ବିଶ୍ୱବିଦ୍ୟାଳୟ ଗୁଡିକର ସାୟତ୍ତ୍ୱତା କ୍ଷୁର୍ଣ୍ଣ ହୋଇଛି। କୁଳପତି ଚୟନ ଠାରୁ ଆରମ୍ଭ କରି ସିନେଟ୍ ଉଚ୍ଛେଦ ଏବଂ ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ଅଧ୍ୟାପକ ନିଯୁକ୍ତି ଆଦି ବ୍ୟବସ୍ଥା ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗର ନିୟମକୁ ଉଲଂଘନ କରୁଛି ଏବଂ ଏହାଦ୍ୱାରା ଉଚ୍ଚଶିକ୍ଷା କ୍ଷେତ୍ରରେ ଅନେକ ସମସ୍ୟା ସୃଷ୍ଟି ହୋଇଛି। ଏହିସବୁ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଆମ ସରକାର ଏହି ୧୦୦ ଦିନ ମଧ୍ୟରେ ନୀତିଗତ ଭାବେ ନିଷ୍ପତି ନେଇଛନ୍ତି।

ଏହା ସହ ବିଶ୍ୱବିଦ୍ୟାଳୟମାନଙ୍କୁ ସ୍ୱାୟତ୍ତତା ପ୍ରଦାନ କରାଯିବା ସହ ଖାଲି ପଡ଼ି ରହିଥିବା ଶିକ୍ଷକ ପଦବୀ ଗୁଡିକୁ ଶିକ୍ଷାବିତ୍‌ ମାନଙ୍କ ଦ୍ୱାରା ଗଠିତ କମିଟିର ନିଷ୍ପତ୍ତି ମାଧ୍ୟମରେ ଯେପରି ଯଥାଶୀଘ୍ର ପୂରଣ କରାଯିବ ସେଦିଗରେ ସରକାରଙ୍କ ତରଫରୁ ଯଥୋଚିତ ପଦକ୍ଷେପ ନିଆଯିବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ମତପ୍ରକଶ କରିଥିଲେ।

ଆଜିର ବୈଠକରେ ଉଚ୍ଚଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ  ଅରବିନ୍ଦ ଅଗ୍ରୱାଲ, ଓଡ଼ିଶାର ବିଶିଷ୍ଟ ଶିକ୍ଷାବିତ୍‌ ପ୍ରଫେସର କ୍ଷିତୀଶ ଭୂଷଣ ଦାସ, ଫକୀର ମୋହନ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସନ୍ତୋଷ ତ୍ରିପାଠୀ, ପ୍ରଫେସର ପ୍ରଫୁଲ୍ଲ ମିଶ୍ର, ଉତ୍କଳ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ମାଧବ ଚନ୍ଦ୍ର ଦାସ, ପ୍ରଫେସର ସୂର୍ଯ୍ୟ ମିଶ୍ର, ପ୍ରଫେସର କୁଞ୍ଜ ବିହାରୀ ପଣ୍ଡା, ଚଣ୍ଡୀ ପ୍ରସାଦ ନନ୍ଦ, ପ୍ରଫେସର (ଡ଼.) ବସନ୍ତ କୁମାର ପଣ୍ଡା, କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ସଚ୍ଚିଦାନନ୍ଦ ମହାନ୍ତି ଏବଂ ଓଡ଼ିଶା ଉଚ୍ଚଶିକ୍ଷା ବିଭାଗର ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Hot this week

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ...

Related Articles

Popular Categories