www.samajalive.in
Sunday, December 14, 2025
14.1 C
Bhubaneswar

ଦକ୍ଷିଣ ଆଫ୍ରିକାର ୫ ମହଲା କୋଠାରେ ଭୟାବହ ଅଗ୍ନିକାଣ୍ଡ, ୭୩ ମୃତ

ଡେସ୍କ: ଦକ୍ଷିଣ ଆଫ୍ରିକା କେନ୍ଦ୍ରୀୟ ଜୋହାନ୍ସବର୍ଗରେ ଏକ ୫ ମହଲା କୋଠାରେ ଅଗ୍ନିକାଣ୍ଡ ଘଟି ୭୩ ଜଣଙ୍କ ମୃତ୍ୟୁ ହୋଇଛି। ଆଜି ସକାଳେ ଘଟିଥିବା ଏହି ଅଗ୍ନିକାଣ୍ଡରେ ୪୩ରୁ ଅଧିକ ଲୋକ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ଦକ୍ଷିଣ ଆଫ୍ରିକାର ସରକାରୀ ପ୍ରସାରଣକାରୀ ସଂସ୍ଥା ପକ୍ଷରୁ କୁହାଯାଇଛି ଯେ ଅଗ୍ନିକାଣ୍ଡ ଘଟିବାର ଅଳ୍ପ ସମୟ ମଧ୍ୟରେ ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଆରମ୍ଭ ହୋଇଥିଲା। ସମ୍ପୃକ୍ତ ଅଂଚଳଟି ଏକ ବ୍ୟବସାୟିକ ପେଣ୍ଠ ହୋଇଥିବାରୁ ମୃତାହତଙ୍କ ସଂଖ୍ୟା ଅଧିକ ହୋଇପାରେ ବୋଲି ଆଶଙ୍କା ପ୍ରକାଶ ପାଇଛି।

ସେହି ୫ ମହଲା ବିଶିଷ୍ଟ ଆପାର୍ଟମେଣ୍ଟଟି ସେଠାକାର ମୁନିସିପାଲିଟି ଅଧୀନରେ ରହିଛି। ତେବେ ଅଧିକାରୀମାନଙ୍କ ଠାରୁ ମିଳିଥିବା ସୂଚନା ଆଧାରରେ ନିଆଁ ସମ୍ପୂର୍ଣ୍ଣ ଆୟତ୍ତ ହୋଇଥିଲେ ମଧ୍ୟ ଏବେ ମଧ୍ୟ ଧୂଆଁ ବାହାରୁଛି। ସେହି କୋଠାରେ ନିରାଶ୍ରୟ ଲୋକମାନଙ୍କୁ ଅସ୍ଥାୟୀ ଭାବେ ଥଇଥାନ କରାଯାଇଥିଲା। ପ୍ରାୟ ୨୦୦ ଅଧିକ ଲୋକ ସେହି ଆପାର୍ଟମେଣ୍ଟରେ ରହୁଥିଲେ।

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories