www.samajalive.in
Monday, December 15, 2025
27.1 C
Bhubaneswar

ଆସନ୍ତା ଜାନୁଆରୀ ୨୨ରେ ରାମମନ୍ଦିର ପ୍ରତିଷ୍ଠା

ଅଯୋଧ୍ୟା: ଉତ୍ତରପ୍ରଦେଶ ଅଯୋଧ୍ୟାରେ ନିର୍ମାଣାଧୀନ ରାମ ମନ୍ଦିର ଆସନ୍ତାବର୍ଷ ଜାନୁଆରୀ ୨୨ ତାରିଖରେ ପ୍ରତିଷ୍ଠା ପୂର୍ବକ ଶ୍ରଦ୍ଧାଳୁଙ୍କ ଦର୍ଶନ ନିମନ୍ତେ ଉତ୍ସର୍ଗ କରାଯିବ। ମନ୍ଦିର ନିର୍ମାଣ କମିଟି ସଭାପତି ନୃପେନ୍ଦ୍ର ମିଶ୍ର ମଙ୍ଗଳବାର ଦେଇଥିବା ସୂଚନା ଅନୁଯାୟୀ ଜାନୁଆରୀ ୨୦ରୁ ୨୪ ତାରିଖ ମଧ୍ୟରେ ମନ୍ଦିର ପ୍ରତିଷ୍ଠା ସହିତ ଭଗବାନ ଶ୍ରୀରାମ ଓ ଅନ୍ୟାନ୍ୟ ଦେବଦେବୀଙ୍କ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉପସ୍ଥିତ ରହିବେ। ଶ୍ରୀ ମିଶ୍ର କହିଛନ୍ତି ଯେ ତିନି ମହଲା ବିଶିଷ୍ଟ ମନ୍ଦିର ତଳ ମହଲାର ନିର୍ମାଣ କାମ ଡିସେମ୍ବର ସୁଦ୍ଧା ଶେଷ ହେବ। ମନ୍ଦିରର ଶିଖରରେ ଏପରି ଡିଜାଇନ କରାଯାଉଛି ଯେପରିକି ପ୍ରତିବର୍ଷ ରାମନବମୀ ଦିନରେ ସୂର୍ଯ୍ୟଙ୍କ କିରଣ ଗର୍ଭଗୃହରେ ଥିବା ଭଗବାନ ଶ୍ରୀରାମ ମୁଣ୍ଡରେ ପଡିବ। ଏହି ଡିଜାଇନକୁ ବେଙ୍ଗାଲୁରୁରେ ନିର୍ମାଣ କରାଯାଉଥିବା ବେଳେ ଏହାକୁ ବୈଜ୍ଞାନିକମାନେ ତଦାରଖ କରୁଛନ୍ତି।

Hot this week

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

ଆୟୁର୍ବେଦିକ ଏବଂ ହୋମିଓପାଥିକ୍ ପିଜି ଷ୍ଟାଇପେଣ୍ଡ୍‌ ବୃଦ୍ଧି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ସରକାରୀ...

Related Articles

Popular Categories