ଭୁବନେଶ୍ବର : ଭୁବନେଶ୍ୱରସ୍ଥିତ ଏକ ବ୍ୟବସାୟିକ ପ୍ରତିଷ୍ଠାନ ଡିଏନ୍ ହୋମ୍ସ ଗ୍ରୁପରେ ଟିକସ ଫାଙ୍କିବା ଅଭିଯୋଗରେ ଆୟକର ଚଢ଼ାଉ (ଇନ୍କମ୍ ଟ୍ୟାକ୍ସ ରେଡ୍) ହୋଇଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ଭୁବନେଶ୍ୱରସ୍ଥିତ ପୋଷ୍ଟାଲ କଲୋନୀ ସମେତ ୨୦ ସ୍ଥାନରେ ଏହି ଚଢ଼ାଉ କରାଯାଇଛି। ଆଜି ସକାଳେ ବ୍ୟବସାୟିକ ପ୍ରତିଷ୍ଠାନର ନିର୍ଦ୍ଦେଶକ ସମେତ କଂପାନୀର ବରିଷ୍ଠ ଅଧିକାରୀ ଓ ନିକଟ ସର୍ମ୍ପକୀୟଙ୍କ ଘରେ ଚଢ଼ାଉ କରାଯାଇଥିଲା। ଚଢ଼ାଉବେଳେ ୟୁନିଟ୍-୪ସ୍ଥିତ ଜଣେ କର୍ମଚାରୀଙ୍କ ଘରୁ ନଗଦ ୩୦ କୋଟି ଟଙ୍କା କରାଯାଇଛି। ଜବତ ହୋଇଥିବା ୩୦ କୋଟି ଟଙ୍କା ୩ଟି ବାକ୍ସରେ ରଖାଯାଇଥିଲା। ଘଟଣାସ୍ଥଳରେ ଆୟକର ବିଭାଗର ବରିଷ୍ଠ ଅଧିକାରୀମାନେ ପହଞ୍ଚି ଯାଞ୍ଚ ଆରମ୍ଭ କରିଛନ୍ତି।
Popular Categories



