www.samajalive.in
Saturday, December 6, 2025
19.1 C
Bhubaneswar

୪୮ଘଣ୍ଟାରେ ବଢ଼ିବ ତାତି

ଭୁବନେଶ୍ବର : ଘୂର୍ଣ୍ଣିବଳୟ ଯୋଗୁଁ ରାଜ୍ୟର ଅଧିକାଂଶ ଅଞ୍ଚଳରେ ଝଡ଼ବର୍ଷା ​​‌‌ହୋଇଛି। ଏହାଫଳରେ ସବାଧିକ ତାପମାତ୍ରା ହ୍ରାସପାଇଛି। ତେବେ ଆସନ୍ତା ୪୮ଘଣ୍ଟାରେ ପାଗରେ ପରିବର୍ତ୍ତନ ଘଟିପାରେ। ରାଜ୍ୟର ବିଭିନ୍ନ ଅଞ୍ଚଳରେ ତାପମାତ୍ରା ୨ରୁ ୩ଡ଼ିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବାର ସମ୍ଭାବନା ରହିଛି।ଦକ୍ଷିଣ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘୂର୍ଣ୍ଣିଝଡ଼ ସହିତ ବର୍ଷା ହୋଇଛି। ଫଳରେ ତାତିରୁ ସାମାନ୍ୟ ଆଶ୍ବସ୍ତି ମିଳିଛି। ଗତ ୨୪ଘଣ୍ଟା ମଧ୍ୟରେ ପାରଳାଖେମୁଣ୍ଡିରେ ସର୍ବାଧିକ ୪୪ମିମି ବର୍ଷା ରେକର୍ଡ଼ କରାଯାଇଛି। ଏହାଛଡ଼ା ବାଲେଶ୍ବର, ପାରାଦ୍ବୀପ, ଗୋପାଳପୁର,ଅନୁଗୋଳ,ସୁନ୍ଦରଗଡ଼, ତାଳଚେର, କୋରାପୁଟ, ମାଲକାନଗିରି, ଛତ୍ରପୁର, ରାୟଗଡ଼ାରେ ମଧ୍ୟ ଘୂର୍ଣ୍ଣିଝଡ଼ ସହିତ ବର୍ଷା ହୋଇଛି। ଆସନ୍ତାକାଲି ମାଲକାନଗିିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ଘଡ଼ଘଡ଼ି ସହିତ ବର୍ଷା ହେବ। ୧୧ରେ ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ଗଜପତି ଓ ଗଞ୍ଜାମରେ ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। ୧୨ ଓ ୧୩ ତାରିଖରେ କିଛି ଅଞ୍ଚଳରେ ଘୂର୍ଣ୍ଣିଝଡ଼ର ପ୍ରଭାବ ରହିବ। ଝଡ଼ ଓ ବଜ୍ରପାତ ସମ୍ଭାବନା ଥିବା ଅଞ୍ଚଳରେ ସତର୍କତା ଅବଲମ୍ବନ କରିବାକୁ ସେସବୁ ଜିଲାରେ ୟେଲୋ ୱାର୍ନିଂ ଜାରି କରାଯାଇଛି। ଆସନ୍ତା ୪୮ଘଣ୍ଟା ପରେ ରାଜ୍ୟରେ ତାପମାତ୍ରା ପୁଣି ବଢ଼ିବାର ସମ୍ଭାବନା ରହିଛି। ଆସନ୍ତା ୨ରୁ ୩ଦିନ ଭିତରେ ରାଜ୍ୟର ସର୍ବାଧିକ ତାପମାତ୍ରା ୩ଡ଼ିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Hot this week

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

Related Articles

Popular Categories