www.samajalive.in
Thursday, December 11, 2025
26.1 C
Bhubaneswar

ଦୟା ଓ ଭାର୍ଗବୀ ଫୁଲୁଛି

ପିପିଲି : ଲଘୁଚାପ ଜନିତ ଲଗାଣ ବର୍ଷା ଓ ହୀରାକୁଦରୁ ବନ୍ୟାଜଳ ନିର୍ଗତ ଫଳରେ ପିପିଲି ଦେଇ ପ୍ରବାହିତ ଦୟା ଓ ଭାର୍ଗବୀ ନଦୀରେ ଗତକାଲି ରାତିରୁ ବନ୍ୟାଜଳ ବୃଦ୍ଧି ପାଇବାରେ ଲାଗିଛି । ତେବେ ଉଭୟ ନଦୀରେ ବନ୍ୟାଜଳ ବିପଦ ସଙ୍କେତ ତଳେ ପ୍ରବାହିତ ହେଉଛି । ଦୟାନଦୀର କଣ୍ଟି ଠାରେ ବିପଦ ସଙ୍କେତ ୧୦.୨୫ ମିଟର ରହିଥିବା ବେଳେ ବୁଧବାର ଅପରାହ୍ନ ୫ଟା ସୁଦ୍ଧା ୯.୬୭ ମିଟର ବନ୍ୟାଜଳ ପ୍ରବାହିତ ହେଉଛି । ସେହିପରି ଦୟାନଦୀର ମାଧିପୁର ଠାରେ ବିପଦ ସଙ୍କେତ ୧୧.୪୦୫ ମିଟର ରହିଥିବା ବେଳେ ସେଠାରେ ଅପରାହ୍ନ ୫ଟା ସୁଦ୍ଧା ବନ୍ୟାଜଳ ୧୦.୮୨ ମିଟର ଉଚ୍ଚତାରେ ଜଳ ପ୍ରବାହିତ ହେଉଥିବା ସଂପର୍କରେ କଣ୍ଟି ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀ ମାଧବ ଚନ୍ଦ୍ର ଷଡଙ୍ଗୀ ସୂଚନା ଦେଇଛନ୍ତି । ସେହିପରି ଭାର୍ଗବୀ ନଦୀର ହରିପୁର ଠାରେ ବିପଦ ସଙ୍କେତ ୧୧.୬୭ମିଟର ରହିଥିବା ବେଳେ ଅପରାହ୍ନ ୫ଟା ସୁଦ୍ଧା ୧୧.୪୬ ମିଟର ଉଚ୍ଚତାରେ ବନ୍ୟାଜଳ ପ୍ରବାହିତ ହେଉଥିବା ସଂପର୍କରେ ଉତ୍ତରା ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀ ଜିତୁକୃଷ୍ଣ ନନ୍ଦ ସୂଚନା ଦେଇଛନ୍ତି ।  ତେବେ ଜଳସେଚନ ବିଭାଗ ପକ୍ଷରୁ ନଦୀବନ୍ଧ ଉପରେ ୨୪ ଘଣ୍ଟିଆ ସତର୍କ ଦୃଷ୍ଟି ରଖାଯାଇଥିବା ସଂପର୍କରେ ପିପିଲି ଜଳସେଚନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର ଜୟପ୍ରକାଶ ସୂଚନା ଦେଇଛନ୍ତି । ହୀରାକୁଦରୁ ଛଡାଯାଇଥିବା ବନ୍ୟାଜଳ ଆସନ୍ତା କାଲି ଏହି ଉଭୟ ନଦୀରେ ପ୍ରବାହିତ ହେବ ବୋଲି ସୂଚନା ମିଳିଛି । ତେବେ ଆଜି ସକାଳୁ ସନ୍ଧ୍ୟା ମଧ୍ୟରେ ଉଭୟ ନଦୀରେ ଜଳସ୍ତର ବୃଦ୍ଧି ପାଉଥିବା ଓ ଆସନ୍ତା କାଲି ଏହା ଅଧିକ ବୃଦ୍ଧି ପାଇବାର ସମ୍ଭାବନା ଥିବାରୁ ନଦୀ ଉପକୂଳବର୍ତ୍ତି ତଳିଆ ଅଞ୍ଚଳବାସୀଙ୍କ ମଧ୍ୟରେ ଭୟର ବାତାବରଣ ଖେଳିଯାଇଛି ।

Hot this week

ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ୨ୟ ଟି-୨୦ ମ୍ୟାଚ ଗୁରୁବାର...

ପ୍ରଦୂଷଣମୁକ୍ତ ପରିବେଶ ଗଠନରେ ପ୍ରଶାସନ ଅପାରଗ, ଲୋକେ ଅତିଷ୍ଠ

ରେଙ୍ଗାଲିକ୍ୟାମ୍ପ: ଅତାବିରା ଏନ୍ଏସିରେ ସ୍ୱଚ୍ଛ ପରିବେଶ, ସୁସ୍ଥ ପରିବେଶର ପରିକଳ୍ପନା ଦୂରେଇ...

ନୂଆ ମ୍ୟୁଜିକାଲ ୟୁଟ୍ୟୁବ୍ ଚ୍ୟାନେଲ ‘ଆନନ୍ଦ ନିର୍ଝର’ର ଶୁଭାରମ୍ଭ

ଭୁବନେଶ୍ୱର: ନୂଆ ମ୍ୟୁଜିକାଲ୍ ୟୁଟ୍ୟୁବ୍ ଚ୍ୟାନେଲ 'ଆନନ୍ଦ ନିର୍ଝର'ର ଶୁଭାରମ୍ଭ ଉତ୍ସବ...

ଆମେରିକା, କୋରିଆ, ଜାପାନ… ସମସ୍ତଙ୍କୁ ପଛରେ ପକାଇ, ରେଳବାଇରେ ଭାରତ କିପରି ସଫଳ ହେଲା ?

ନୂଆଦିଲ୍ଲୀ: ଗତ ୭୫ ବର୍ଷ ମଧ୍ୟରେ ଭାରତ ରେଳ ବିଦ୍ୟୁତୀକରଣରେ ଉଲ୍ଲେଖନୀୟ...

ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲା: ଷଡ଼ଯନ୍ତ୍ରକାରୀ ଉମର ଖଲିଦକୁ ଅନ୍ତରୀଣ ଜାମିନ

ସମାଜଲାଇଭ ଡେସ୍କ: ୨୦୨୦ ଉତ୍ତର-ପୂର୍ବ ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲାର ଅଭିଯୁକ୍ତ...

Related Articles

Popular Categories