www.samajalive.in
Monday, December 8, 2025
27.1 C
Bhubaneswar

ଦିଲ୍ଲୀ ଟେଷ୍ଟରେ ଭାରତର ଦମ୍‌ଦାର ବିଜୟ; ଅଷ୍ଟ୍ରେଲିଆକୁ ୬ ୱିକେଟରେ ପରାସ୍ତ କରି ୨-୦ରେ ଆଗୁଆ ଦଳ

ନୂଆଦିଲ୍ଲୀ: ଦିଲ୍ଲୀର ଅରୁଣ ଜେଟ୍‌ଲୀ ଷ୍ଟାଡିୟମ୍‌ରେ ଚାଲିଥିବା ବର୍ଡର୍‌-ଗାଭାସ୍କର୍‌ ଟ୍ରଫିର ଦ୍ବିତୀୟ ଟେଷ୍ଟ ମ୍ୟାଚ୍‌ର ତୃତୀୟ ଦିନରେ ରବିବାର ଦମ୍‌ଦାର ବିଜୟ ହାସଲ କରିଛି ଭାରତ। ଅଷ୍ଟ୍ରେଲିଆକୁ ୬ ୱିକେଟ୍‌ରେ ହରାଇ ଏହି ୪ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ଭାରତ ୨-୦ରେ ଆଗୁଆ ରହିଛି। ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୨୬୩ ରନ୍ ସଂଗ୍ରହ କରିଥିଲା। ଏହାର ଜବାବରେ ଭାରତ ୨୬୨ ରନ୍ କରିଥିଲା। ଦ୍ୱିତୀୟ ଇନିଂସରେ ଅଷ୍ଟ୍ରେଲିଆ ଦଳ ୧୧୩ ରନ କରି ଭାରତ ସମ୍ମୁଖରେ ୧୧୫ ରନ୍‌ର ବିଜୟ ଲକ୍ଷ୍ୟ ରଖିଥିଲା। ଭାରତୀୟ ଦଳ ୪ ୱିକେଟରେ ୧୧୮ ରନ୍‌ କରି ବିଜୟ ହାସଲ କରିଛି।

ଆଜିର ମ୍ୟାଚ୍‌ରେ ଭାରତକୁ ବିଜୟମଣ୍ଡିତ କରିବାରେ ରବିନ୍ଦ୍ର ଜା‌ଡେଜାଙ୍କ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି। ସେ ୪୨ ରନ୍‌ ବିନିମୟରେ ୭ ୱିକେଟ୍‌ ହାସଲ କରିଛନ୍ତି। ସେହିପରି ରବିଚନ୍ଦ୍ରନ ଅଶ୍ବିନ ମଧ୍ୟ ୫୯ ରନ୍‌ ବିନିମୟରେ ୩ ୱିକେଟ୍‌ ହାସଲ କରିଛନ୍ତି।

- Advertisement -

 

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories