www.samajalive.in
Saturday, December 6, 2025
26.1 C
Bhubaneswar

କିଏ କେଉଁଠି ପତାକା ଉତ୍ତୋଳନ କରିବେ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ବରରେ ଅନୁଷ୍ଠିତ ହେବାକୁ ଥିବା ଅଗଷ୍ଟ ପନ୍ଦର ରାଜ୍ୟସ୍ତରୀୟ ପରେଡ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରି ରାଜ୍ୟବାସୀଙ୍କୁ ଉଦବୋଧନ ଦେବେ। ସେହିପରି ଜିଲାସ୍ତରରେ କ୍ୟାବିନେଟ ମନ୍ତ୍ରୀ, ରାଷ୍ଟ୍ରମନ୍ତ୍ରୀ, ଆରଡିସି ଓ ଜିଲାପାଳମାନେ ପତାକା ଉତ୍ତୋଳନ କରିବାର କାର୍ଯ୍ୟକ୍ରମ ରହିଛି।
କଟକରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଜାତୀୟ ପତାକା ଉତ୍ତୋଳନ କରିବାର କାର୍ଯ୍ୟକ୍ରମ ରହିଥିବାବେଳେ ଅନୁଗୋଳରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ପୁରୀରେ ଖଣି ଓ ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, କେନ୍ଦ୍ରାପଡାରେ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଜାତୀୟ ପତାକା ଉତ୍ତୋଳନ କରିବାର କାର୍ଯ୍ୟକ୍ରମ ରହିଛି।
ସେହିପରି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କଳାହାଣ୍ଡିରେ ଜାତୀୟ ପତାକା ଉତ୍ତୋଳନ କରିବାର କାର୍ଯ୍ୟକ୍ରମ ରହିଥିବାବେଳେ ମୟୂରଭଞ୍ଜରେ ପଞ୍ଚାୟତିରାଜ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା, ଢ଼େଙ୍କାନାଳରେ କୃଷିମନ୍ତ୍ରୀ ଡ. ଅରୁଣ କୁମାର ସାହୁ, ସୁନ୍ଦରଗଡ଼ରେ ରାଜସ୍ବ ମନ୍ତ୍ରୀ ସୁଦାମ ମାର୍ଣ୍ଡି, କନ୍ଧମାଳରେ ଶ୍ରମ ଓ ଗ୍ରାମ୍ୟ ଉନ୍ନୟନମନ୍ତ୍ରୀ ସୁଶାନ୍ତ ସିଂହ, ବଲାଙ୍ଗୀରରେ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ, ନୟାଗଡରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ଜାତୀୟ ପତାକା ଉତ୍ତୋଳନ କରିବେ। କେନ୍ଦୁଝରରେ ଅନୁସୂଚିତ ଜାତି ଓ ଜନଜାତି ରାଷ୍ଟ୍ରମନ୍ତ୍ରୀ ଜଗନ୍ନାଥ ସାରକା ଜାତୀୟ ପତାକା ଉତ୍ତୋଳନ କରିବାର କାର୍ଯ୍ୟକ୍ରମ ରହିଥିବାବେଳେ ସମ୍ବଲପୁରରେ ଶିଳ୍ପ ଓ ଶକ୍ତି ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର, ବାଲେଶ୍ବରରେ ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଯାଜପୁରରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ନବରଙ୍ଗପୁରରେ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଡ. ଜ୍ୟୋତି ପ୍ରକାଶ ମିଶ୍ର, କୋରାପୁଟରେ ଦକ୍ଷତା ବିକାଶ ମନ୍ତ୍ରୀ ପ୍ରେମାନନ୍ଦ ନାୟକ, ମାଲକାନାଗିରିରେ ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ରାୟଗଡାରେ ହସ୍ତତନ୍ତ ଓ ବୟନଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ, ଗଜପତିରେ ଆଇଟି , କ୍ରୀଡା ଓ ଯୁବବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା, ଭଦ୍ରକରେ ରାଜସ୍ବ ପର୍ଷଦ ସଭ୍ୟ, ଖୋର୍ଦ୍ଧାରେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ, ବ୍ରହ୍ମପୁରରେ ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ ଏବଂ ରାଉରକେଲାରେ ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ଜାତୀୟ ପତାକା ଉତ୍ତୋଳନ କରିବେ। ମାତ୍ର ବରଗଡ଼, ବୌଦ୍ଧ, ଦେବଗଡ଼, ଗଞ୍ଜାମ, ଜଗତସିଂହପୁର, ଝାରସୁଗୁଡା, ନୂଆପଡା ଓ ସୁବର୍ଣ୍ଣପୁରରେ ଜିଲାପାଳମାନେ ଜାତୀୟ ପତାକା ଉତ୍ତୋଳନ କରିବାର କାର୍ଯ୍ୟକ୍ରମ ରହିଛି।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories