ସାତକୋଶିଆ ସମେତ ଦେଶରେ ଆଉ ୧୦ଟି ଆର୍ଦ୍ରଭୂମିକୁ ରାମସାର କ୍ଷେତ୍ର ମାନ୍ୟତା
ଓଡ଼ିଶାର ସାତକୋଶିଆ ଗର୍ଜ (ଦୁଇ ପର୍ବତ ମଧ୍ୟରେ ସଙ୍କୁଚିତ ଜଳ ମାର୍ଗ) ସମେତ ଦେଶର ଆଉ ୧୦ଟି ଆର୍ଦ୍ର ଭୂମିକୁ ରାମସାର କ୍ଷେତ୍ର ମାନ୍ୟତା ମିଳିଛି । ଏହାକୁ ମିଶାଇ ଦେଶରେ ମୋଟ୍ ରାମସାର କ୍ଷେତ୍ର ସଂଖ୍ୟା ୬୪ରେ ପହଞ୍ଚିଛି । ଏବେ ଦେଶରେ ମୋଟ୍ ୧୨,୫୦,୩୬୧ ହେକ୍ଟର ଆର୍ଦ୍ରଭୂମି କ୍ଷେତ୍ରକୁ ଏହି ମାନ୍ୟତା ମିଳିଛି । ଚଳିତ ଥର ତାମିଲନାଡ଼ୁର ୬ଟି ଆର୍ଦ୍ରଭୂମିକୁ ରାମସାର ମାନ୍ୟତା ମିଳିଥିବା ବେଳେ ଓଡ଼ିଶା, ଗୋଆ, କର୍ଣ୍ଣାଟକ, ମଧ୍ୟପ୍ରଦେଶର ଗୋଟିଏ ଲେଖାଏଁ କ୍ଷେତ୍ରକୁ ଏହି ମାନ୍ୟତା ପ୍ରଦାନ କରାଯାଇଛି । ରାମସାର ମାନ୍ୟତା ମିଳିବା ଫଳରେ ଏସବୁ ଆର୍ଦ୍ରଭୂମିର ସଂରକ୍ଷଣ ଏବଂ ପରିଚାଳନାରେ ସହାୟତା ମିଳିପାରିବ ତଥା ସମ୍ବଳର ସୁବିନିଯୋଗ ହୋଇପାରିବ ।
୧୯୭୧ ମସିହାରେ ଇରାନରେ ରାମସାର କନଭେନସନ ସ୍ବାକ୍ଷରିତ ହୋଇଥିଲା। ଏଥିରେ ଭାରତ ଅନ୍ୟତମ ଚୁକ୍ତିବଦ୍ଧ ପକ୍ଷ ରହିଛି । ଫେବୃଆରୀ ପହିଲା ୧୯୮୨ରେ ଭାରତ ଏଥିରେ ସ୍ବାକ୍ଷର କରିଥିଲା। ଏବେ ସୁଦ୍ଧା ଭାରତରେ ଅନ୍ତର୍ଜାତୀୟ ଗୁରୁତ୍ବ ବହନ କରୁଥିବା ୧୨,୫୦,୩୬୧ ହେକ୍ଟର କ୍ଷେତ୍ରଫଳ ବିଶିଷ୍ଟ ୬୪ଟି ଆର୍ଦ୍ରଭୂମିକୁ ରାମସାର ମାନ୍ୟତା ମିଳିଛି ।
Comments are closed.