www.samajalive.in
Sunday, December 7, 2025
13.1 C
Bhubaneswar

ପାପୁଆ ନିଉ ଗିନିକୁ ୧୦ ଲକ୍ଷ ଡଲାର ସହାୟତା ଦେବ ଭାରତ

ନୂଆଦିଲ୍ଲୀ : ଚଳିତମାସ ୨୪ରେ ପ୍ରଶାନ୍ତ ମହାସାଗରୀୟ ରାଷ୍ଟ୍ର ପାପୁଆ ନିଉ ଗିନିରେ ଭୂସ୍ଖଳନ ଘଟି ପ୍ରାୟ ୨ ହଜାର ଲୋକଙ୍କର ପ୍ରାଣହାନି ଘଟିଛି। ଏଭଳି ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା କରିବାକୁ ଭାରତ ସରକାର ମଙ୍ଗଳବାର ପାପୁଆ ନିଉ ଗିନିକୁ ୧୦ ଲକ୍ଷ ଡଲାର ସହାୟତା ରାଶି ପ୍ରଦାନ କରିବେ ବୋଲି ଘୋଷଣା କରିଛନ୍ତି। ପାପୁଆ ନିଉ ଗିନି ‘ଇଣ୍ଡିଆ-ପ୍ୟାସିଫିକ୍‌ ଆଇଲାଣ୍ଡ୍‌ସ କୋଅପରେସନ’ ସଂଗଠନର ସଦସ୍ୟ ରାଷ୍ଟ୍ର ହୋଇଥିବାବେଳେ ଏଭଳି ସହାୟତା ଯୋଗାଇବା ଜରୁରୀ ବୋଲି ଭାରତର ବିଦେଶ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଭୂସ୍ଖଳନରେ ପ୍ରାଣ ହରାଇଥିବା ଏବଂ ନିଖୋଜ ଥିବା ବ୍ୟକ୍ତିଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ସମବେଦନା ଜ୍ଞାପନ କରିଥିବାବେଳେ ଭାରତ ପକ୍ଷରୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦିଆଯିବ ବୋଲି ପୂର୍ବରୁ ଘୋଷଣା କରିସାରିଥିଲେ। ୨୦୧୮ରେ ପାପୁଆ ନିଉ ଗିନିରେ ଘଟିଥିବା ଭୂମିକମ୍ପ ଏବଂ ୨୦୧୯, ୨୦୨୩ରେ ଘଟିଥିବା ଆଗ୍ନେୟଗିରି ଉଦ୍‌ଗୀରଣ ଘଟଣାରେ ମଧ୍ୟ ଭାରତ ପକ୍ଷରୁ ସହାୟତା ରାଶି ପ୍ରଦାନ କରାଯାଇଥିଲା।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories