www.samajalive.in
Monday, December 8, 2025
24.1 C
Bhubaneswar

ଦେଶରେ ଆଉ ୨,୦୨୨ କରୋନା ପଜିଟିଭ୍‌ ଚିହ୍ନଟ, ୪୬ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଦେଶରେ ଗତ କିଛି ଦିନ ହେବ ୨ହଜାର ଉପରେ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଆଜି ବି ଦେଶରେ ୨ହଜାର ଉପରେ ଦୈନିକ କରୋନା ସଂକ୍ରମଣ ମାମଲା ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ଦେଶରୁ ଆଉ ୨ହଜାର ୨୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । କରୋନାରୁ ଗତ ୨୪ ଘଣ୍ଟାରେ ୨,୦୯୯ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪,୮୩୨ ରହିଛି । ସେହିପରି ଗତ ୨୪ ଘଣ୍ଟାରରେ କରୋନା ଯୋଗୁ ୪୬ଜଣଙ୍କ ମୃତ୍ୟୁ ହୋଇଛି । ସଂକ୍ରମଣ ତୁଳନାରେ ଦେଶରେ ଦୈନିକ ପଜିଟିଭିଟି ହାର ମଧ୍ୟ ହ୍ରାସ ପାଉଛି । ସ୍ୱାସ୍ଥ୍ୟ ବିଭାଗର ରିପୋର୍ଟ ଅନୁଯାୟୀ ଏଯାଏ ଦେଶରେ କରୋନାରୁ ମୋଟ୍‌ ୪,୨୫,୯୯,୧୦୨ଜଣ ସୁସ୍ଥ ହୋଇଥିବା ବେଳେ ମୋଟ୍‌ ୫,୨୪,୪୫୯ ଜଣଙ୍କ ମୃତ୍ୟୁ ହୋଇଛି ।

Hot this week

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

Related Articles

Popular Categories