www.samajalive.in
Saturday, December 13, 2025
14.1 C
Bhubaneswar

ଦେଶରେ ଆଉ ୨,୧୨୪ଜଣ କରୋନା ପଜିଟିଭ୍‌ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଆଜି ପୁଣି କରୋନା ସଂକ୍ରମଣ ବୃଦ୍ଧି ପାଇଛି । ଗତକାଲି ତୁଳନାରେ ଆଜି ୪ଶହରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ଦେଶରୁ ଆଉ ୨ହଜାର ୧୨୪ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସେହିପରି କରୋନାରୁ ଗତ ୨୪ ଘଣ୍ଟାରେ ୧ହଜାର ୯୭୭ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି ।

ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪ ହଜାର ୯୭୧ ରହିଛି । ସେହିପରି ଗତ ୨୪ ଘଣ୍ଟାରରେ କରୋନା ଯୋଗୁ ୧୭ ଜଣଙ୍କ ମୃତ୍ୟୁ ହୋଇଛି । ସଂକ୍ରମଣ ତୁଳନାରେ ଦେଶରେ ଦୈନିକ ପଜିଟିଭିଟି ହାର ମଧ୍ୟ ହ୍ରାସ ପାଉଛି । ଦେଶରେ ଦୈନିକ ପଜିଟିଭିଟି ହାର ୦.୪୬% ରହିଛି । ସ୍ୱାସ୍ଥ୍ୟ ବିଭାଗର ରିପୋର୍ଟ ଅନୁଯାୟୀ ଏଯାଏ ଦେଶରେ କରୋନାରୁ ମୋଟ୍‌ ୪,୨୬,୦୨,୭୧୪ଜଣ ସୁସ୍ଥ ହୋଇଥିବା ବେଳେ ମୋଟ୍‌ ୫,୨୪,୫୦୭ ଜଣଙ୍କ ମୃତ୍ୟୁ ହୋଇଛି ।

Hot this week

ଶନିବାର ରାଶିଫଳ: ଈପ୍‌ସିତ ଅର୍ଥ ପ୍ରାପ୍ତିର ସୂଚନା

ମେଷ: ଧୈର୍ଯ୍ୟ ଓ ସାହସ ସଞ୍ଚୟ କରି ଆଶୁ ବିପଦର ମୁକାବିଲା କରିପାରନ୍ତି।...

ସାବଧାନ, ଅଣ୍ଡା ଖାଇଲେ ହେଉଛି କ୍ୟାନସର!

ଶୀତ ଋତୁରେ ଅଧିକାଂଶ ଲୋକ ଅଣ୍ଡା ଖାଆନ୍ତି। ଅଣ୍ଡାରେ ପ୍ରୋଟିନ୍, କ୍ୟାଲସିୟମ୍...

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

Related Articles

Popular Categories