www.samajalive.in
Saturday, December 6, 2025
16.1 C
Bhubaneswar

ଦେଶରେ ଆଉ ୨,୭୪୫ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଆଜି ବି ଅଢ଼େଇ ହଜାର ଉପରେ ରହିଛି ଦୈନିକ କରୋନା ସଂକ୍ରମଣ । ଗତ କିଛି ଦିନ ହେବ ଦେଶରେ କରୋନା ସଂକ୍ରମଣ ଅଢ଼େଇ ହଜାର ପାର କରୁଥିବା ବେଳେ ଗତ ୨୪ ଘଣ୍ଟାରେ ଦେଶରେ ଆଉ ୨ହଜାର ୭୪୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କରୋନାରୁ ଗୋଟିଏ ଦିନରେ ୨ହଜାର ୨୩୬ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି ।  ଏବେ ବି କରୋନା ଯୋଗୁ ଲୋକଙ୍କ ମୃତ୍ୟୁ ହେଉଛି । ଦେଶରେ କରୋନା ଯୋଗୁ ଆଉ ୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା ଦିଆଯାଇଛି । ଅନ୍ୟପ​‌ଟେ ଦେଶରେ ଦୈନିକ ସଂକ୍ରମଣ ତୁଳନାରେ ପଜିଟିଭିଟି ହାର ୦.୬୦ ପ୍ରତିଶତ ରହିଛି । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ ୧୮,୩୮୬ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ଦେଶରେ ଏଯାଏ କରୋନା ଯୋଗୁ ମୋଟ୍‌ ୫ଲକ୍ଷ ୨୪ ହଜାର ୬୩୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କରୋନାରୁ ଦେଶରେ ମୋଟ୍‌ ସୁସ୍ଥ ହେଲେଣି ୪,୨୬,୧୭,୮୧୦ ସଂକ୍ରମିତ । କରୋନାକୁ ମାତ୍‌ ଦେବାକୁ ଦେଶରେ ଏବେ ବି ଟିକାକରଣ କରାଯାଉଛି । ଦେଶରେ ମୋଟ୍‌ ୧୯୩.୫୭କୋଟି ଡୋଜ୍‌ ଟିକା ଦିଆସରିଲାଣି ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories