ଦେଶରେ ଆଉ ୩ହଜାର ୭୧୪ କରୋନା ଆକ୍ରାନ୍ତ ଚିହ୍ନଟ; ୭ ମୃତ
ନୂଆଦିଲ୍ଲୀ: ଦେଶରେ ଦୈନିକ କରୋନା ସଂକ୍ରମଣ ସାମାନ୍ୟ ହ୍ରାସ ପାଇଛି । ଗତକାଲି ତୁଳନାରେ ଆଜିର ଆକ୍ରାନ୍ତଙ୍କ ସଂଖ୍ୟା ଦେଶରେ କମ୍ ଚିହ୍ନଟ ହୋଇଥିବା ଦେଖିବାକୁ ମିଳିଛି । ଦେଶରେ ଗତ ୨୪ ଘଣ୍ଟାରେ ଆଉ ୩ହଜାର ୭୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗୋଟିଏ ଦିନରେ କରୋନାରୁ ଆଉ ୨ହଜାର ୫୧୩ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଦେଶରେ କରୋନା ସଂକ୍ରମଣ ଜାରି ରହିଥିବାରୁ କିଛି ଆକ୍ରାନ୍ତଙ୍କ ମଧ୍ୟ ମୃତ୍ୟୁ ହେଉଛି । କରୋନା ଯୋଗୁ ଗତ ୨୪ ଘଣ୍ଟାରେ ଆଉ ୭ଜଣଙ୍କ ମୃତ୍ୟୁ ହୋଇଛି । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୬ ହଜାର ଟପିଛି । ଦେଶରେ ମୋଟ୍ ୨୬,୯୭୬ଜଣ କରୋନା ସକ୍ରିୟ ଆକ୍ରାନ୍ତ ରହିଥିବା ସୂଚନା ଦିଆଯାଇଛି ।
ସୁସ୍ଥତା ତୁଳନାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇବା ହେତୁ ଦେଶରେ ପଜିଟିଭିଟି ହାର ମଧ୍ୟ ବୃଦ୍ଧି ପାଉଛି । ସେପଟେ ଆଜିର ମୃତକଙ୍କୁ ମିଶାଇ ଦେଶରେ ମୋଟ୍ ୫ଲକ୍ଷ ୨୪ ହଜାର ୭୦୮ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଏଯାଏ ଦେଶରେ ମୋଟ୍ କରୋନାରୁ ସୁସ୍ଥ ହେଲେଣି ୪,୨୬,୩୩,୩୬୫ଜଣ ଆକ୍ରାନ୍ତ । ଦେଶରେ କରୋନା ସଂକ୍ରମଣ ଜରି ରହିଥିବାରୁ ଟିକାକରଣ ମଧ୍ୟ କରାଯାଉଛି । ଏଯାଏ ୧୯୪.୨୭ କୋଟି ଡୋଜ୍ ଟିକା ଦିଆସରିଲାଣି ।
Comments are closed.