www.samajalive.in
Saturday, December 6, 2025
26.1 C
Bhubaneswar

ଦେଶରେ ୭ହଜାର ଟପିଲା ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ଗତ କିଛି ଦିନ ହେବ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତକାଲି ଦେଶରେ ୫ହଜାର ଉପରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ପୁଣି ଦେଶରେ ୭ହଜାର ଟପିଛି ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ଘଣ୍ଟାରେ ଆଉ ୭ହଜାର ୨୪୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ଦିଆଯାଇଛି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ହଜାର ୪୯୮ ରହିଛି । ସୁସ୍ଥତା ତୁଳନାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇବା ହେତୁ ଦେଶରେ ପଜିଟିଭିଟି ହାର  ମଧ୍ୟ ବୃଦ୍ଧି ପାଉଛି । ସେପଟେ ଆଜିର ମୃତକଙ୍କୁ ମିଶାଇ ଦେଶରେ ମୋଟ୍‌ ୫ଲକ୍ଷ ୨୪ ହଜାର ୭୨୩ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଏଯାଏ ଦେଶରେ ମୋଟ୍‌ କରୋନାରୁ ସୁସ୍ଥ ହେଲେଣି ୪,୨୬,୪୦,୩୦୧ଜଣ ଆକ୍ରାନ୍ତ । ଦେଶରେ କରୋନା ସଂକ୍ରମଣ ଜରି ରହିଥିବାରୁ ଟିକାକରଣ ମଧ୍ୟ କରାଯାଉଛି । ଏଯାଏ ୧୯୪.୫୯ ​‌କୋଟି ଡୋଜ୍‌ ଟିକା ଦିଆସରିଲାଣି ।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories