www.samajalive.in
Saturday, December 6, 2025
16.1 C
Bhubaneswar

ଦେଶରେ ଉପର ମୁହାଁ କରୋନା ଗ୍ରାଫ୍‌; ସାଢ଼େ ୭ହଜାର ଟପିଲା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ବଢ଼ୁଛି ଦୈନିକ କରୋନା ସଂକ୍ରମଣ । ଗତ ଦୁଇ ଦିନ ହେଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦେଶରେ ୭ହଜାର ପାର୍‌ କରୁଛି ।  ଗତ ୨୪ ଘଣ୍ଟାରେ ଦେଶରେ ଆଉ ୭ହଜାର ୫୮୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗୋଟିଏ ଦିନରେ କରୋନାରୁ ଆଉ ୩ହଜାର ୭୯୧ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଦେଶରେ କରୋନା ସଂକ୍ରମଣ ଜାରି ରହିଥିବାରୁ କିଛି ଆକ୍ରାନ୍ତଙ୍କ ମଧ୍ୟ ମୃତ୍ୟୁ ହେଉଛି । କରୋନା ଯୋଗୁ ଗତ ୨୪ ଘଣ୍ଟାରେ ଆଉ ୨୪ ଜଣଙ୍କ ମୃତ୍ୟୁ ହୋଇଛି । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୬ ହଜାର ଟପିଛି । ଦେଶରେ ମୋଟ୍‌ ୩୬ ହଜାର ୨୬୭ଜଣ କରୋନା ସକ୍ରିୟ ଆକ୍ରାନ୍ତ ରହିଥିବା ସୂଚନା ଦିଆଯାଇଛି ।

ସୁସ୍ଥତା ତୁଳନାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇବା ହେତୁ ଦେଶରେ ପଜିଟିଭିଟି ହାର  ମଧ୍ୟ ବୃଦ୍ଧି ପାଉଛି । ସେପଟେ ଆଜିର ମୃତକଙ୍କୁ ମିଶାଇ ଦେଶରେ ମୋଟ୍‌ ୫ଲକ୍ଷ ୨୪ ହଜାର ୭୪୭ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଏଯାଏ ଦେଶରେ ମୋଟ୍‌ କରୋନାରୁ ସୁସ୍ଥ ହେଲେଣି ୪,୨୬,୪୪,୦୯୨ଜଣ ଆକ୍ରାନ୍ତ । ଦେଶରେ କରୋନା ସଂକ୍ରମଣ ଜରି ରହିଥିବାରୁ ଟିକାକରଣ ମଧ୍ୟ କରାଯାଉଛି । ଏଯାଏ ୧୯୪.୭୬ ​‌କୋଟି ଡୋଜ୍‌ ଟିକା ଦିଆସରିଲାଣି ।

Hot this week

ସରକାର ସ୍ଥିର କଲେ ବିମାନ ଭଡ଼ା, ଭିନ୍ନ ଭିନ୍ନ ଦୂରତ୍ବ ପାଇଁ କମ୍ପାନୀ ନେବେ ଏତିକି ଟଙ୍କା

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

Related Articles

Popular Categories