www.samajalive.in
Wednesday, December 10, 2025
18.1 C
Bhubaneswar

ଦେଶରେ ଉପରମୁହାଁ କରୋନା ଗ୍ରାଫ୍‌; ଆଜିବି ୮ହଜାର ଉପରେ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କମୁନି କରୋନା ସଂକ୍ରମଣ । ଲଗାତର ୨ଦିନ ହେଲା ଦେଶରେ କରୋନା ଦୈନିକ ସଂକ୍ରମଣ ସଂଖ୍ୟା ୮ ହଜାର ପାର୍‌ ହେଉଛି । ଗତକାଲି ଦେଶରେ ୮ହଜାର ୩୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ପୁଣି ଦେଶରେ ୮ହଜାର ୮୪ କରୋନା ସଂକ୍ରମଣ ଚିହ୍ନଟ ହୋଇଛନ୍ତି ।

ଦେଶରେ କରୋନା ସଂକ୍ରମଣ ଜାରି ରହିଥିବାରୁ କିଛି ଆକ୍ରାନ୍ତଙ୍କ ମଧ୍ୟ ମୃତ୍ୟୁ ହେଉଛି । କରୋନା ଯୋଗୁ ଗତ ୨୪ ଘଣ୍ଟାରେ ଆଉ ୧୦ଜଣଙ୍କ ମୃତ୍ୟୁ ହୋଇଛି । ସେପଟେ ଲଗାତର ଦେଶରେ କରୋନା ସଂକ୍ରମଣ ବଢ଼ୁଥିବାରୁ ୪୭ ହଜାର ଉପରେ ରହିଛି ମୋଟ୍‌ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ ୪୭, ୯୯୫ ଜଣ କରୋନା ସକ୍ରିୟ ଆକ୍ରାନ୍ତ ରହିଥିବା ସୂଚନା ଦିଆଯାଇଛି ।

- Advertisement -

ସୁସ୍ଥତା ତୁଳନାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇବା ହେତୁ ଦେଶରେ ପଜିଟିଭିଟି ହାର  ମଧ୍ୟ ବୃଦ୍ଧି ପାଉଛି । ଦେଶରେ ପଜିଟିଭିଟି ହାର ୩.୨୪%କୁ ବୃଦ୍ଧି ପାଇଛି । ସେପଟେ ଆଜିର ମୃତକଙ୍କୁ ମିଶାଇ ଦେଶରେ ମୋଟ୍‌ ୫ଲକ୍ଷ ୨୪ ହଜାର ୭୭୧ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଏଯାଏ ଦେଶରେ ମୋଟ୍‌ କରୋନାରୁ ସୁସ୍ଥ ହେଲେଣି ୪,୨୬,୫୭,୩୩୫ଜଣ ଆକ୍ରାନ୍ତ । ଦେଶରେ କରୋନା ସଂକ୍ରମଣ ଜରି ରହିଥିବାରୁ ଟିକାକରଣ ମଧ୍ୟ କରାଯାଉଛି । ଏଯାଏ ୧୯୫.୧୯ ​‌କୋଟି ଡୋଜ୍‌ ଟିକା ଦିଆସରିଲାଣି ।

 

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories