www.samajalive.in
Saturday, December 6, 2025
26.1 C
Bhubaneswar

ଦେଶରେ ଆଉ ୧୩,୩୧୩ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଚିନ୍ତା ବଢ଼ାଉଛି ଦୈନିକ କରୋନା ସଂକ୍ରମଣ । ଲଗାତର କିଛି ଦିନ ହେବ ଦେଶରେ ସଂକ୍ରମଣ ବଢ଼ିବାରେ ଲାଗିଛି । ଆଜି ପୁଣି ଦେଶରେ ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ସାରା ଦେଶରୁ ଆଉ ୧୩ହଜାର ୩୧୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

କରୋନା ଯୋଗୁ ଗତ ୨୪ ଘଣ୍ଟାରେ ୩୮ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେପଟେ ଲଗାତର ଦେଶରେ କରୋନା ସଂକ୍ରମଣ ବଢ଼ୁଥିବାରୁ ୮୦ ହଜାର ଟପିଛି ମୋଟ୍‌ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ ୮୩ହଜାର ୯୯୦ ଜଣ କରୋନା ସକ୍ରିୟ ଆକ୍ରାନ୍ତ ରହିଥିବା ସୂଚନା ଦିଆଯାଇଛି । ଗୋଟିଏ ଦିନରେ ୧୦,୯୭୨ ସଂକ୍ରମିତ କରୋନାରୁ ସୁସ୍ଥ ହୋଇଛନ୍ତି ।

ସୁସ୍ଥତା ତୁଳନାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇବା ହେତୁ ଦେଶରେ ପଜିଟିଭିଟି ହାର  ମଧ୍ୟ ବୃଦ୍ଧି ପାଉଛି । ଦେଶରେ ଦୈନିକ ପଜିଟିଭିଟି ହାର ୨.୦୩% ରହିଛି । ସେପଟେ ଆଜିର ମୃତକଙ୍କୁ ମିଶାଇ ଦେଶରେ ମୋଟ୍‌ ୫ଲକ୍ଷ ୨୪ ହଜାର ୯୪୧ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଏଯାଏ ଦେଶରେ ମୋଟ୍‌ କରୋନାରୁ ସୁସ୍ଥ ହେଲେଣି ୪,୨୭,୩୬,୦୨୭ଜଣ ଆକ୍ରାନ୍ତ । ଦେଶରେ କରୋନା ସଂକ୍ରମଣ ଜରି ରହିଥିବାରୁ ଟିକାକରଣ ମଧ୍ୟ କରାଯାଉଛି । ଏଯାଏ ୧୯୬.୬୨ ​‌କୋଟି ଡୋଜ୍‌ ଟିକା ଦିଆସରିଲାଣି ।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories