www.samajalive.in
Saturday, December 6, 2025
26.1 C
Bhubaneswar

ଦେଶରେ ଆଉ ୧୮,୯୩୦ କରୋନା ଆକ୍ରାନ୍ତ ଚିହ୍ନଟ; ୩୫ ମୃତ

ନୂଆଦିଲ୍ଲୀ: ଦେଶରେ ପୁଣି ବଢ଼ିଲା କରୋନା ସଂକ୍ରମଣ । ଗତକାଲି ତୁଳନାରେ ଆଜି ପୁଣି ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧିପାଇଛି । ସାରା ଦେଶରୁ ଗତକାଲି ୧୬ହଜାର ୧୫୯ଜଣ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଆଜି ଦେଶରୁ ଆଉ ୧୮ହଜାର ୯୩୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହାକି ଗତକାଲି ତୁଳନାରେ ଆଜିର ସଂକ୍ରମିତଙ୍କ ସଂଖ୍ୟା ୨ହଜାର ୭୭୧ ବୃଦ୍ଧି ଘଟିଛି ।  ସେହିପରି ଗୋଟିଏ ଦିନରେ ୩୫ଜଣ ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ବେଳେ ୧୪ହଜାର ୬୫୦ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ସୂଚନା ଦିଆଯାଇଛି । । ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ ୧ଲକ୍ଷ ୧୯ହଜାର ୪୫୭ ଜଣ କରୋନା ସକ୍ରିୟ ଆକ୍ରାନ୍ତ ରହିଥିବା ସୂଚନା ଦିଆଯାଇଛି ।

ସୁସ୍ଥତା ତୁଳନାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇବା ହେତୁ ଦେଶରେ ପଜିଟିଭିଟି ହାର  ମଧ୍ୟ ବୃଦ୍ଧି ପାଉଛି । ଦେଶରେ ପଜିଟିଭିଟି ହାର ୪.୩୨% ରହିଛି । ସେପଟେ ଆଜିର ମୃତକଙ୍କୁ ମିଶାଇ ଦେଶରେ ମୋଟ୍‌ ୫ଲକ୍ଷ ୨୫ ହଜାର ୩୦୫୦ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଏଯାଏ ଦେଶରେ ମୋଟ୍‌ କରୋନାରୁ ସୁସ୍ଥ ହେଲେଣି ୪,୨୯,୨୧,୯୭୭ଜଣ ଆକ୍ରାନ୍ତ । ଦେଶରେ କରୋନା ସଂକ୍ରମଣ ଜରି ରହିଥିବାରୁ ଟିକାକରଣ ମଧ୍ୟ କରାଯାଉଛି । ଏଯାଏ ୧୯୮.୩୩ ​‌କୋଟି ଡୋଜ୍‌ ଟିକା ଦିଆସରିଲାଣି ।

Hot this week

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

Related Articles

Popular Categories