ଦେଶରେ ଆଉ ୨୦,୫୨୮ ପଜିଟିଭ୍‌ ଚିହ୍ନଟ; ୪୯ ମୃତ

ନୂଆଦିଲ୍ଲୀ: ଦେଶରେ କମୁନି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଦେଶରେ ଆଉ ୨୦,୫୨୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ସଂକ୍ରମଣ ଜାରି ରହିଥିବାରୁ କିଛି ଆକ୍ରାନ୍ତଙ୍କ ମଧ୍ୟ ମୃତ୍ୟୁ ହେଉଛି । କରୋନା ଯୋଗୁ ଗତ ୨୪ ଘଣ୍ଟାରେ ଆଉ ୪୯ ଜଣଙ୍କ ମୃତ୍ୟୁ ହୋଇଛି । ସେପଟେ ଲଗାତର ଦେଶରେ କରୋନା ସଂକ୍ରମଣ ବଢ଼ୁଥିବାରୁ ୧ଲକ୍ଷ ୪୩ହଜାର ଟପିଲାଣି ମୋଟ୍‌ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ।

prayash

ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ ୧,୪୩,୪୪୯ ଜଣ କରୋନା ସକ୍ରିୟ ଆକ୍ରାନ୍ତ ରହିଥିବା ସୂଚନା ଦିଆଯାଇଛି । ସୁସ୍ଥତା ତୁଳନାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇବା ହେତୁ ଦେଶରେ ପଜିଟିଭିଟି ହାର ମଧ୍ୟ ବୃଦ୍ଧି ପାଉଛି । ସେପଟେ ଆଜିର ମୃତକଙ୍କୁ ମିଶାଇ ଦେଶରେ ମୋଟ୍‌ ୫ଲକ୍ଷ ୨୫ ହଜାର ୭୦୯ଜଣଙ୍କ ମୃତ୍ୟୁ ହୋଇଛି ।

ସେହିପରି ଏଯାଏ ଦେଶରେ ମୋଟ୍‌ କରୋନାରୁ ସୁସ୍ଥ ହେଲେଣି ୪,୩୦,୮୧,୪୪୧ଜଣ ଆକ୍ରାନ୍ତ । ଦେଶରେ କରୋନା ସଂକ୍ରମଣ ଜରି ରହିଥିବାରୁ ଟିକାକରଣ ମଧ୍ୟ କରାଯାଉଛି । ଏଯାଏ ୧୯୯.୯୮ ​‌କୋଟି ଡୋଜ୍‌ ଟିକା ଦିଆସରିଲାଣି ।

kalyan agarbati

Comments are closed.