www.samajalive.in
Saturday, December 6, 2025
19.1 C
Bhubaneswar

ଦେଶରେ ଆଉ ୧୬,୯୩୫ କରୋନା ପଜିଟିଭ୍‌ ଚିହ୍ନଟ; ୫୧ ମୃତ

ନୂଆଦିଲ୍ଲୀ: ଦେଶରେ ଆଉ ୧୬ ହଜାର ୯୩୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା​ ଦିଆଯାଇଥିବା ବେଳେ ଗତ ୨୪ ଘଣ୍ଟାରେ ଆଉ ୧୬ହଜାର ୬୯ଜଣ ସୁସ୍ଥ ହୋଇଥିବା କୁହାଯାଇଛି ।  ଦେଶରେ କରୋନା ସଂକ୍ରମଣ ତୁଳାନାରେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଗୋଟିଏ ଦିନରେ ଦେଶରେ ୫୧ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ଲଗାତର ଦେଶରେ କରୋନା ସଂକ୍ରମଣ ବଢ଼ୁଥିବାରୁ ଦେଢ଼ ଳକ୍ଷ ନିକଟତର ହୋଇଛି ମୋଟ୍‌ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ ୧,୪୪,୨୬୪ ଜଣ କରୋନା ସକ୍ରିୟ ଆକ୍ରାନ୍ତ ରହିଥିବା ସୂଚନା ଦିଆଯାଇଛି ।

- Advertisement -

ସୁସ୍ଥତା ତୁଳନାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇବା ହେତୁ ଦେଶରେ ପଜିଟିଭିଟି ହାର ମଧ୍ୟ ବୃଦ୍ଧି ପାଉଛି । ଦୈନିକ ପଜିଟିଭିଟି ହାର ଦେଶରେ ୬.୪୮ ପ୍ରତିଶତ ରହିଛି। ଆଜିର ମୃତକଙ୍କୁ ମିଶାଇ ଦେଶରେ ମୋଟ୍‌ ୫ଲକ୍ଷ ୨୫ ହଜାର ୭୬୦ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଏଯାଏ ଦେଶରେ ମୋଟ୍‌ କରୋନାରୁ ସୁସ୍ଥ ହେଲେଣି ୪,୩୦,୯୭,୫୧୦ଜଣ ଆକ୍ରାନ୍ତ । ଦେଶରେ କରୋନା ସଂକ୍ରମଣ ଜରି ରହିଥିବାରୁ ଟିକାକରଣ ମଧ୍ୟ କରାଯାଉଛି । ଏଯାଏ ଦେଶରେ ୨୦୦.୦୪ ​‌କୋଟି ଡୋଜ୍‌ ଟିକା ଦିଆସରିଛି ।

 

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories