ଦେଶରେ ଆଉ ୧୯,୬୭୩ କରୋନା ଆକ୍ରାନ୍ତ ଚିହ୍ନଟ; ୩୯ ମୃତ

ନୂଆଦିଲ୍ଲୀ: ଦେଶରେ କମୁନି କରୋନା ସଂକ୍ରମଣ । ଗତ କିଛି ଦିନ ହେଲା ଦେଶରେ ଦୈନିକ କରୋନା ସଂକ୍ରମଣରେ ହ୍ରାସ ଘଟୁନାହିଁ । ଗତ ୨୪ ଘଣ୍ଟାରେ ଦେଶରେ ଆଉ ୧୯,୬୭୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ସଂକ୍ରମଣ ଜାରି ରହିଥିବାରୁ କିଛି ଆକ୍ରାନ୍ତଙ୍କ ମଧ୍ୟ ମୃତ୍ୟୁ ହେଉଛି । କରୋନା ଯୋଗୁ ଗତ ୨୪ ଘଣ୍ଟାରେ ଆଉ ୩୯ଜଣଙ୍କ ମୃତ୍ୟୁ ହୋଇଛି । ସେପଟେ ଲଗାତର ଦେଶରେ କରୋନା ସଂକ୍ରମଣ ବଢ଼ୁଥିବାରୁ ଏକ ଲକ୍ଷ ୪୩ ହଜାର ଉପରେ ରହିଛି ମୋଟ୍ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍ ୧,୪୩,୬୭୬ ଜଣ କରୋନା ସକ୍ରିୟ ଆକ୍ରାନ୍ତ ରହିଥିବା ସୂଚନା ଦିଆଯାଇଛି ।

ସୁସ୍ଥତା ତୁଳନାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇବା ହେତୁ ଦେଶରେ ପଜିଟିଭିଟି ହାର ମଧ୍ୟ ବୃଦ୍ଧି ପାଉଛି । ସେପଟେ ଆଜିର ମୃତକଙ୍କୁ ମିଶାଇ ଦେଶରେ ମୋଟ୍ ୫ଲକ୍ଷ ୨୬ ହଜାର ୩୫୭ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଏଯାଏ ଦେଶରେ ମୋଟ୍ କରୋନାରୁ ସୁସ୍ଥ ହେଲେଣି ୪,୩୩,୪୯,୭୭୮ଜଣ ଆକ୍ରାନ୍ତ । ଦେଶରେ କରୋନା ସଂକ୍ରମଣ ଜରି ରହିଥିବାରୁ ଟିକାକରଣ ମଧ୍ୟ କରାଯାଉଛି । ଏଯାଏ ୦୨୪.୨୫ କୋଟି ଡୋଜ୍ ଟିକା ଦିଆସରିଲାଣି ।

Comments are closed.