www.samajalive.in
Saturday, December 6, 2025
15.1 C
Bhubaneswar

ଦେଶରେ ଆଉ ୭,୯୪୬ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ହ୍ରାସ ପାଉଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁଯାୟୀ ଗତ ୨୪ ଘଣ୍ଟାରେ ୭ହଜାର ୯୪୬ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଗୋଟିଏ ଦିନରେ ଆଉ ୯,୮୨୮ ଜଣ ସଂକ୍ରମିତ କରୋନାରୁ ସୁସ୍ଥ ହୋଇଥିବା ସୂଚନା ଦିଆଯାଇଛି । 

ଦେଶରେ ଲଗାତର କରୋନା ସଂକ୍ରମଣ ତୁଳନାରେ ସୁସ୍ଥତା ସଂଖ୍ୟ ବଢ଼ୁଥିବାରୁ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି ।

- Advertisement -

ବର୍ତ୍ତମାନ ଦେଶରେ ମୋଟ୍‌ ସକ୍ରିୟ ମାମଲା ୬୨,୭୪୮ ରହିଛି । ସେହିପରି ଦେଶରେ ଦୈନିକ ପଜିଟିଭିଟି ହାର ୨.୯୮% ରହିଛି । ବର୍ତ୍ତମାନ ପର୍ଯ୍ୟନ୍ତ ସମୁଦାୟ ୪,୩୮,୪୫,୬୮୦ ଆରୋଗ୍ୟ ହୋଇଛନ୍ତି । ସେହିପରି ଦେଶରେ ମୋଟ ୫ଲକ୍ଷ ୨୭ହଜାର ୯୧୧ଜଣଙ୍କ ମୃତ୍ୟୁ ଘଟିଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories