www.samajalive.in
Tuesday, December 9, 2025
16.1 C
Bhubaneswar

ଦେଶରେ ଆଉ ୫,୩୭୯ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଆଜି ଦେଶରେ ପୁଣି ୫ ହଜାର ଉପରେ କରୋନା ମାମଲା ଚିହ୍ନଟ ହୋଇଛନ୍ତି । ଗତକାଲି ୪ହଜାର ୪୧୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ପୁଣି ଦେଶରେ କରୋନା ସଂକ୍ରମଣ ବୃଦ୍ଧି ଘଟିଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୫ହଜାର ୩୭୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗୋଟିଏ ଦିନରେ ଆଉ ୭,୦୯୪ ଜଣ ସଂକ୍ରମିତ କରୋନାରୁ ସୁସ୍ଥ ହୋଇଥିବା ସୂଚନା ଦିଆଯାଇଛି । ଦେଶରେ ଲଗାତର କରୋନା ସଂକ୍ରମଣ ତୁଳନାରେ ସୁସ୍ଥତା ସଂଖ୍ୟା ବଢ଼ୁଥିବାରୁ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି ।

ବର୍ତ୍ତମାନ ଦେଶରେ ମୋଟ୍‌ ସକ୍ରିୟ ମାମଲା ୫୦,୫୯୪ ରହିଛି । ସେହିପରି ଦେଶରେ ଦୈନିକ ପଜିଟିଭିଟି ହାର ୧.୬୭% ରହିଛି । ବର୍ତ୍ତମାନ ପର୍ଯ୍ୟନ୍ତ ସମୁଦାୟ ୪,୩୮,୯୩,୫୯୦ଜଣ କରୋନାରୁ ସୁସ୍ତ ହୋଇଥିବା କୁହାଯାଇଛି । ସେହିପରି ଦେଶରେ ମୋଟ ୫ଲକ୍ଷ ୨୮ହଜାର ୫୭ଜଣଙ୍କ ମୃତ୍ୟୁ ଘଟିଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories