www.samajalive.in
Monday, December 8, 2025
27.1 C
Bhubaneswar

ଦେଶରେ ଆଉ ୫,୧୦୮ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଆଜି ବି ଦେଶରେ ୫ ହଜାର ଉପରେ ରହିଛି ଦୈନିକ କରୋନା ସଂକ୍ରମଣ । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରୁ ଆଉ ୫ହଜାର ୧୦୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ କିଛିଦିନ ହେବ ଦେଶରେ କରୋନା ସଂକ୍ରମଣ ହ୍ରାସ ପାଇଥିବା ବେଳେ, ଲଗାତର ୫ ହଜାର ଉପରେ କରୋନା ଦୈନିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି ।

ସେହିପରି ଗୋଟିଏ ଦିନରେ ଆଉ ୫,୬୭୫ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଥିବା ସୂଚନା ଦିଆଯାଇଛି । ଦେଶରେ ଲଗାତର କରୋନା ସଂକ୍ରମଣ ତୁଳନାରେ ସୁସ୍ଥତା ସଂଖ୍ୟା ବଢ଼ୁଥିବାରୁ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି । ବର୍ତ୍ତମାନ ଦେଶରେ ମୋଟ୍‌ କରୋନା ସକ୍ରିୟ ମାମଲା ୫୦ ହଜାର ତଳକୁ ଖସିଛି ।

- Advertisement -

ଦେଶରେ ମୋଟ୍‌ କରୋନା ସକ୍ରିୟ ମାମଲା ବର୍ତ୍ତମାନ ୪୫,୭୪୯ ରହିଛି । ସେହିପରି ଦେଶରେ ଦୈନିକ ପଜିଟିଭିଟି ହାର ୧.୪୪%କୁ ଖସିଛି । ବର୍ତ୍ତମାନ ପର୍ଯ୍ୟନ୍ତ ସମୁଦାୟ ୪,୩୯,୩୬,୦୯୨ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ମୋଟ ୫ଲକ୍ଷ ୨୮ହଜାର ୨୧୬ଜଣଙ୍କ ମୃତ୍ୟୁ ଘଟିଛି ।

 

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories