www.samajalive.in
Saturday, December 13, 2025
23.1 C
Bhubaneswar

ଦେଶରେ କମୁଛି କରୋନା ସଂକ୍ରମଣ; ଆଜି ବି ୫ହଜାର ତଳେ ଦୈନିକ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କମୁଛି କରୋନା ସଂକ୍ରମଣ । ଆଜି ବି ଦେଶରେ ୫ ହଜାର ତଳେ ଦୈନିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରୁ ଆଉ ୪ହଜାର ୯୧୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ଦେଇଛି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ । ଗତ କିଛିଦିନ ହେବ ଦେଶରେ କରୋନା ସଂକ୍ରମଣ ହ୍ରାସ ପାଇଥିବା ଦେଖିବାକୁ ମିଳୁଛି ।

ସେହିପରି ଗୋଟିଏ ଦିନରେ ଆଉ ୫,୭୧୯ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଥିବା ସୂଚନା ଦିଆଯାଇଛି । ଦେଶରେ ଲଗାତର କରୋନା ସଂକ୍ରମଣ ତୁଳନାରେ ସୁସ୍ଥତା ସଂଖ୍ୟା ବଢ଼ୁଥିବାରୁ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି । ବର୍ତ୍ତମାନ ଦେଶରେ ମୋଟ୍‌ କରୋନା ସକ୍ରିୟ ମାମଲା ୪୪,୪୩୬ ରହିଛି । ସେହିପରି ଦେଶରେ ଦୈନିକ ପଜିଟିଭିଟି ହାର ୧.୬୨% ରହିଛି । ବର୍ତ୍ତମାନ ପର୍ଯ୍ୟନ୍ତ ସମୁଦାୟ ୪,୩୯,୯୦,୪୧୪ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ମୋଟ ୫ଲକ୍ଷ ୨୮ହଜାର ୪୮୭ଜଣଙ୍କ ମୃତ୍ୟୁ ଘଟିଛି ।

Hot this week

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

ଭୟଙ୍କର ସଡ଼କ ଦୁର୍ଘଟଣା, ଟ୍ରକ୍ ଏବଂ ଅଟୋ ଧକ୍କାରେ ୩ ମୃତ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ଉନ୍ନାଓରେ ଏକ ଭୟଙ୍କର ସଡ଼କ...

ନୋବେଲ ବିଜେତା କାହିଁକି ବାରମ୍ବାର ହେଉଛନ୍ତି ଗିରଫ ? ପୂର୍ବରୁ ହୋଇସାରିଛନ୍ତି ୧୩ଥର

ନୂଆଦିଲ୍ଲୀ: ନୋବେଲ ପୁରସ୍କାର ବିଜେତା ନର୍ଗିସ୍ ମହମ୍ମଦୀ ଏବେ ଚର୍ଚ୍ଚାରେ ରହିଛନ୍ତି।...

Related Articles

Popular Categories