www.samajalive.in
Sunday, December 14, 2025
19.1 C
Bhubaneswar

ଦେଶରେ ଆଉ ୪,୭୭୭ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତ କିଛି ଦିନ ହେବ ୫ ହଜାର ତଳେ କରୋନା ମାମଲା ଚିହ୍ନଟ ହେଉଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରୁ ଆଉ ୪ହଜାର ୭୭୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ କିଛିଦିନ ହେବ ଦେଶରେ କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ, ଲଗାତର କିଛି ଦିନ ହେବ ୫ ହଜାର ତଳେ କରୋନା ଦୈନିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି ।

ସେହିପରି ଗୋଟିଏ ଦିନରେ ଆଉ ୫,୧୯୬ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଥିବା ସୂଚନା ଦିଆଯାଇଛି । ଦେଶରେ ଲଗାତର କରୋନା ସଂକ୍ରମଣ ତୁଳନାରେ ସୁସ୍ଥତା ସଂଖ୍ୟା ବଢ଼ୁଥିବାରୁ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି । ଦେଶରେ ମୋଟ୍‌ କରୋନା ସକ୍ରିୟ ମାମଲା ବର୍ତ୍ତମାନ ୪୩,୯୯୪ ରହିଛି । ସେହିପରି ଦେଶରେ ଦୈନିକ ପଜିଟିଭିଟି ହାର ୧.୫୮ଧ ରହିଛି । ବର୍ତ୍ତମାନ ପର‌୍ୟ୍ୟନ୍ତ ସମୁଦାୟ ୪,୩୯,୯୫,୬୧୦ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ମୋଟ ୫ଲକ୍ଷ ୨୮ହଜାର ୫୧୦ ଜଣଙ୍କ ମୃତ୍ୟୁ ଘଟିଛି ।

Hot this week

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

Related Articles

Popular Categories