ନୂଆଦିଲ୍ଲୀ: ଦେଶରେ ବଢ଼ୁଛି କରୋନା ଜନିତ ମୃତ୍ୟୁସଂଖ୍ୟା । ହେଲେ ସଂକ୍ରମଣ କମୁଥିବା ଦେଖିବାକୁ ମିଳୁଛି । ଗତ ୨୪ ଘଣ୍ଟାରେ ଦେଶରେ ଆଉ ୧,୦୫୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ ଏଯାଏ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୫,୦୧,୧୧୪କୁ ବୃଦ୍ଧି ପାଇଛି । ସେହିପରି ଗୋଟିଏ ଦିନରେ ଆଉ ୧,୨୭,୯୫୨ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦେଶରେ ସୁସ୍ଥତା ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ଦେଶରେ ୨,୩୦,୮୧୪ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ୍ କରୋନା ସକ୍ରିୟ ମାମଲା ରହିଛି ୧୩,୩୧,୬୪୮। ଦୈନିକ ପଜିଟିଭିଟି ହାର ୭.୯୮% ରହିଥିବା ବେଳେ, ଟିକାକରଣକୁ ମଧ୍ୟ ଦେଶରେ ଜୋରଦାର କରାଯାଉଛି । ଦେଶରେ ଏଯାଏ ୧,୬୮,୯୮,୧୭,୧୯୯ କୋଟି ଲୋକଙ୍କ ଟିକାକରଣ ହୋଇଛି ।
Popular Categories



