www.samajalive.in
Monday, December 15, 2025
16.1 C
Bhubaneswar

ଦେଶରେ ଆଉ ୮୩,୮୭୬ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଏକ ଲକ୍ଷ ତଳକୁ ଖସିଲା କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଦେଶରେ ଆଉ ୮୩,୮୭୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ହଜାରେ ତଳକୁ ଖସିଛି କରୋନା ମୃତ୍ୟୁସଂଖ୍ୟା । ଗତକିଛି ଦିନ ପରେ ଦେଶରେ କରୋନା ମୃତ୍ୟୁସଂଖ୍ୟା ୧ହଜାର ତଳକୁ ଖସିଛି । ଗତ ୨୪ ଘଣ୍ଟାରେ ଦେଶରେ ଆଉ ୮୯୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ ଏଯାଏ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୫,୦୨,୮୭୪କୁ ବୃଦ୍ଧି ପାଇଛି । ସେହିପରି ଦେଶରେ ସୁସ୍ଥତା ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ଦେଶରେ ୧,୯୯,୦୫୪ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ୍ କରୋନା ସକ୍ରିୟ ମାମଲା ରହିଛି ୧୧,୦୮,୯୩୮ । ଦୈନିକ ପଜିଟିଭିଟି ହାର କମୁଥିବା ବେଳେ, ଟିକାକରଣକୁ ମଧ୍ୟ ଦେଶରେ ଜୋରଦାର କରାଯାଉଛି । ଦେଶରେ ଏଯାଏ ୧,୬୯,୬୩,୮୦,୭୫୫ ଲୋକଙ୍କ ଟିକାକରଣ ହୋଇଛି ।

Hot this week

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

Related Articles

Popular Categories