www.samajalive.in
Monday, December 15, 2025
15.1 C
Bhubaneswar

ଦେଶରେ କମିଲା କରୋନା ସଂକ୍ରମଣ; ଆଉ ୨ହଜାର ୫୬୮ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଆଜି ଦେଶରେ କରେନା ସଂକ୍ରମଣ ହ୍ରାସ ପାଇଛି । ଲଗାତର କିଛିଦିନ ଧରି ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଆଜି ଦୈନିକ କରୋନା ମାମଲା ୩ହଜାର ତଳେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରୁ ୨ହଜାର ୫୬୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କରୋନାରୁ ଗୋଟିଏ ଦିନରେ ୨ହଜାର ୯୧୧ ଜଣ ସଂକ୍ରମିତ ସୁସ୍ଥ ​‌ହୋଇଛନ୍ତି । ସଂକ୍ରମଣ ତୁଳନାରେ ଦେଶରେ ସୁସ୍ଥତା ହାର ଆଜି ବୃଦ୍ଧି ପାଇଛି । ଯାହା ଫଳରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଦେଶରେ ସ୍ବଳ୍ପ ପରିମାଣର ହ୍ରାସ ପାଇଛି ।  ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୯ ହଜାର ୧୩୭ରେ ପହଞ୍ଚିଛି । ଅନ୍ୟପଟେ ଗତ ୨୪ ଘଣ୍ଟା ମଧ୍ୟରେ ୨୦ ଜଣଙ୍କ ଜୀବନ ନେଇଛି କରୋନା । ସ୍ୱାସ୍ଥ୍ୟ ବିଭାଗର ରିପୋର୍ଟ ଅନୁଯାୟୀ ଦେଶରେ ଏଯାଏ  କରୋନାରୁ ମୋଟ୍‌ ୪,୨୫,୪୧,୮୮୭ଜଣ ସୁସ୍ଥ ହୋଇଥିବା ବେଳେ ମୋଟ୍‌ ୫,୨୩,୮୮୯ ଜଣଙ୍କ ମୃତ୍ୟୁ ହୋଇଛି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories