www.samajalive.in
Sunday, December 14, 2025
26.1 C
Bhubaneswar

ଦେଶରେ ୪ ହଜାର ମୁହାଁ କରୋନା ଦୈନିକ ସଂକ୍ରମଣ; ୨୦ ହଜାର ଟପିଲା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ୨୦ ହଜାର ଟପିଲା ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା । ପୁଣି କରୋନା ସଂକ୍ରମଣ ଦେଶରେ ବଢ଼ିବାରେ ଲାଗିଲାଣି । ଲଗାତର କିଛି ଦିନ ହେବ ଦେଶରେ ଧୀରେଧୀରେ ସଂକ୍ରମଣ ବୃଦ୍ଧି ପାଉଥିବା ଦେଖିବାକୁ ମିଳୁଛି ।  ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରୁ ୩ହଜାର ୮୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କରୋନାରୁ ଗୋଟିଏ ଦିନରେ ୩ହଜାର ୧୬୮ଜଣ ସଂକ୍ରମିତ ସୁସ୍ଥ ​‌ହୋଇଛନ୍ତି । ସଂକ୍ରମଣ ତୁଳନାରେ ଦେଶରେ ସୁସ୍ଥତା ହାର ମଧ୍ୟ ହ୍ରାସ ପାଉଛି । ଯାହା ଫଳରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଦେଶରେ ବଢ଼ିବାର ଲାଗିଛି ।  ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ୩୦୩ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ରିପୋର୍ଟ ଅନୁଯାୟୀ ଦେଶରେ ଏଯାଏକରୋନାରୁ ମୋଟ୍‌ ୪,୨୫,୫୪,୪୧୬ଜଣ ସୁସ୍ଥ ହୋଇଥିବା ବେଳେ ମୋଟ୍‌ ୫,୨୪,୦୨୪ ଜଣଙ୍କ ମୃତ୍ୟୁ ହୋଇଛି ।

 

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories