ଦେଶରେ ଆଉ ୩,୪୫୧ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ୨୦ ହଜାର ୫ଶହ ଟପିଲା ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା । ପୁଣି କରୋନା ସଂକ୍ରମଣ ଦେଶରେ ବଢ଼ିବାରେ ଲାଗିଲାଣି । ଲଗାତର କିଛି ଦିନ ହେବ ଦେଶରେ ଧୀରେଧୀରେ ସଂକ୍ରମଣ ବୃଦ୍ଧି ପାଉଥିବା ଦେଖିବାକୁ ମିଳୁଛି ।  ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରୁ ୩ହଜାର ୪୫୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ତୁଳନାରେ ଦେଶରେ ସୁସ୍ଥତା ହାର ମଧ୍ୟ ହ୍ରାସ ପାଉଛି । ଯାହା ଫଳରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଦେଶରେ ବଢ଼ିବାର ଲାଗିଛି ।  ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ୬୩୫ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ରିପୋର୍ଟ ଅନୁଯାୟୀ ଦେଶରେ ଏଯାଏ କରୋନାରୁ ମୋଟ୍‌ ୪,୨୫,୫୭,୪୯୫ଜଣ ସୁସ୍ଥ ହୋଇଥିବା ବେଳେ ମୋଟ୍‌ ୫,୨୪,୦୬୪ ଜଣଙ୍କ ମୃତ୍ୟୁ ହୋଇଛି ।

 

Comments are closed.