www.samajalive.in
Sunday, December 14, 2025
23.1 C
Bhubaneswar

୧୧ ହଜାର ୮୩୧ ନୂଆ ଆକ୍ରାନ୍ତ ଚିହ୍ନଟ ; ସକ୍ରିୟ ଆକ୍ରାନ୍ତ ହାର ୧.୩୭%

ନୂଆଦିଲ୍ଲୀ : ଦେଶରେ କରୋନା ଆରୋଗ୍ୟ ହାର ୯୭.୨୦ ପ୍ରତିଶତକୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୧ ହଜାର ୯୦୪ ଜଣ ସୁସ୍ଥ ହେବା ପରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧ କୋଟି ୫ ଲକ୍ଷ ୩୪ ହଜାର ୫୦୫ କୁ ବୃଦ୍ଧି ପାଇଛି । ସେହିପରି ଦେଶରେ ଦିନକରେ ଆଉ ୧୧ ହଜାର ୮୩୧ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୮ ଲକ୍ଷ ୩୮ ହଜାର ୧୯୪କୁ ବୃଦ୍ଧି ପାଇଛି । ଦେଶରେ ଚିକିତ୍ସାଧୀନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ଲକ୍ଷ ୪୮ ହଜାର ୬୦୯ ରହିଛି। ମୋଟ ଆକ୍ରାନ୍ତଙ୍କ ତୁଳନାରେ ସକ୍ରିୟ ଆକ୍ରାନ୍ତ ହାର ୧.୩୭ ପ୍ରତିଶତକୁ ହ୍ରାସ ପାଇଛି।

ସେହିପରି ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୮୪ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ମୋଟ କୋରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୫ ହଜାର ୮୦ରେ ପହଞ୍ଚିଛି। ଦେଶରେ କରୋନା ଜନିତ ମୃତ୍ୟୁ ହାର ୧.୪୩ ପ୍ରତିଶତ ରହିଛି ।
ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୫ ଲକ୍ଷ ୩୨ ହଜାର ୨୩୬ଟି କୋଭିଡ ନମୂନା ପାରକ୍ଷା କରାଯାଇଥିବା ବେଳେ ଦେଶରେ ମୋଟ ୨୦ କୋଟି ୧୯ ଲକ୍ଷ ୬୧୪ନମୂନା ପାରକ୍ଷା କରାଯାଇଛି।

- Advertisement -

କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories